୨୧ରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ପୁଲିସ୍‌ ଡିଜି

Advertisment
୨୧ରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ପୁଲିସ୍‌ ଡିଜି

business-standard.com

ଭୁବନେଶ୍ବର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୨୧ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ କାଳରେ ରାଷ୍ଟ୍ରପତି ଭୁବନେଶ୍ବର ପୁରୀ ଓ ରାଉରକେଲା ଯିବାର କାର୍ଯ୍ୟକ୍ରମ ରହିଛି। ତେବେ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟ ଠାରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସେ ପୁଲିସ ବିଭାଗର ବହୁ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।

ଡିଜିପି ଅଭୟ ରାଷ୍ଟ୍ରପତିଙ୍କ ବିଭିନ୍ନ ଅଂଚଳକୁ ଗସ୍ତ କାର୍ଯ୍ୟକ୍ରମକୁ ନେଇ ସେଠାକାର ସୁରକ୍ଷା ବ୍ୟବସ୍ଥା ସଂକ୍ରାନ୍ତରେ ସମୀକ୍ଷା କରିଥିଲେ। ଏହାସହ ଭୁବନେଶ୍ବର ଓ ଝାରସୁଗୁଡ଼ା ବିମାନବନ୍ଦର ଏବଂ ଭୁବନେଶ୍ବରସ୍ଥିତ ରାଜଭବନର ସୁରକ୍ଷା ବ୍ୟବସ୍ଥା ସଂକ୍ରାନ୍ତରେ ମଧ୍ୟ ସମୀକ୍ଷା କରିଥିଲେ।

ରାଷ୍ଟ୍ରପତିଙ୍କ ପ୍ରତିଟି ସ୍ଥାନକୁ ଗସ୍ତ କାର୍ଯ୍ୟକ୍ରମ ସମୟରେ କୋଭିଡ୍‌ ଗାଇଡ୍‌ଲାଇନ୍‌କୁ ସଠିକ୍‌ ଭାବେ ଅନୁପାଳନ କରାଯିବ ଏବଂ ସେଠାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ସ୍ଥାନୀୟ ଏସ୍‌ପିମାନଙ୍କୁ ଡିଜିପି ଅଭୟ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ଭିଡିଓ କନ୍‌ଫରେନ୍ସିଂ କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ୍‌ ଏବଂ ଶୃଙ୍ଖଳା) ନିର୍ଦ୍ଦେଶକ ଇଣ୍ଟେଲିଜେନ୍ସ, ପୁଲିସ କମିସନର କଟକ-ଭୁବନେଶ୍ବର, ଯୁଗ୍ମ ନିର୍ଦ୍ଦେଶକ ଇଣ୍ଟେଲିଜେନ୍ସ ବ୍ୟୁରୋଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe