ଭୁବନେଶ୍ୱର: ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ଯୋଗ ଦେଇ ଆଜି କଂଗ୍ରେସ ନେତା ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଜି ରାଜ୍ୟ ସରକାରଙ୍କ ଉପରେ ଜୋରଦାର ବର୍ଷିଛନ୍ତି | ରଥଯାତ୍ରାରେ ଅବ୍ୟବସ୍ଥା ସହ ଡ୍ରାଇଭରଙ୍କ ଆନ୍ଦୋଳନକୁ ନେଇ ସଂଗୀନ ଅଭିଯୋଗ ଆଣିଛନ୍ତି ରାହୁଲ | ରଥଯାତ୍ରା ଅଘଟଣକୁ ନେଇ ଟାର୍ଗେଟ କରି ରାହୁଲ କହିଛନ୍ତି ଯେ ଆଦାନିଙ୍କ ପାଇଁ ରଥକୁ ରୋକାଯାଇଥିଲା | ରାହୁଲ କହିଛନ୍ତି ଯେ ଏହା ଆପଣଙ୍କ ସରକାର ନୁହେଁ, ଆଦାନିଙ୍କ ଭଳି ଉଦ୍ୟୋଗପତିଙ୍କ ସରକାର |
ସେହିପରି ରାହୁଲ କହିଛନ୍ତି ଯେ ଓଡ଼ିଶାରେ ୪୦ ହଜାରରୁ ଊର୍ଦ୍ଧ୍ବ ମହିଳା ଗାଏବ ହୋଇଛନ୍ତି, ଏମାନେ କୁଆଡ଼େ ଗଲେ କେହି ଜାଣିନାହାନ୍ତି | ମହିଳାଙ୍କୁ ଦୁଷ୍କର୍ମ ହେଉଛି, କିନ୍ତୁ ସରକାର ନୀରବଦ୍ରଷ୍ଟା ପାଲଟିଛନ୍ତି | ସେହିପରି ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ରାହୁଲ ଟାର୍ଗେଟ୍ କରିଛନ୍ତି | ସେ କହିଛନ୍ତି ଯେ ଡ୍ରାଇଭର ମହାସଂଘ ଉପରେ ଚାପ ପକାଯାଇଥିଲା, ସମାବେଶକୁ ଭଣ୍ଡୁର କରିବାକୁ ଉଦ୍ୟମ କରାଯାଇଥିଲା | କିନ୍ତୁ ଡ୍ରାଇଭର ମହାସଂଘ ସେମାନଙ୍କ କଥା ଶୁଣିଲେନି | ଏଥିପାଇଁ ଡ୍ରାଇଭର ମହାସଂଘକୁ ହୃଦୟରୁ ଧନ୍ୟବାଦ ଜଣାଉଛି | ସରକାର ଡ୍ରାଇଭରଙ୍କ ଦାବି ପୂରଣ କରିବା ଉଚିତ୍ | ରାହୁଲ କହିଛନ୍ତି ଯେ ମୁଁ ଏହି ସରକାର ବିରୋଧରେ ଲଢ଼ିବାକୁ ଚାହୁଁଛି, ଏଠାକାର ସରକାରଙ୍କୁ ହଟାଇବାକୁ ଚାହୁଁଛି |
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/08/04/2025-08-04t120741118z-fd75aef0-5715-43e4-8a08-d66a4506bc64-removebg-preview-2025-08-04-17-37-41.png)
/sambad/media/media_files/2025/07/11/ooooiiii-2025-07-11-13-29-41.jpg)