କଟକ: ଏସସିବିରେ ଦୁଇ ମହିଳା ରୋଗୀଙ୍କୁ ଚିକିତ୍ସା ବାହାନାରେ ଦୁଷ୍କର୍ମ ଘଟଣାରେ ଆଗରୁ ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂ ଠାକୁରଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କୁ ଏସସିବିରୁ ବହିଷ୍କୃତ କରାଯାଇଛି। ଏସସିବି ମେଡିକାଲ କଲେଜ କାଉନ୍ସିଲର ଜରୁରୀ ବୈଠକ ବସିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗତକାଲି ମେଡିକାଲ କଲେଜ କାଉନ୍ସିଲର ଜରୁରୀ ବୈଠକ ବସିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଏସସିବି ଅଧ୍ୟକ୍ଷ ପ୍ରଫେସର ଡାକ୍ତର ସୁଧାଂଶୁ ଶେଖର ମିଶ୍ର ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଡିଏମଇଟିଙ୍କ ନେତୃତ୍ୱରେ ତିନି ଜଣିଆ ତଦନ୍ତ କମିଟି ଏହି ଘଟଣାର ତଦନ୍ତ କରି ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ । ଏହି ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଡିଏମଇଟି ଏସସିବି ଅଧ୍ୟକ୍ଷଙ୍କୁ ଚିଠି ଲେଖିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/post_attachments/wp-content/uploads/2023/05/SCB-Medical.jpg)