ଦୁଷ୍କର୍ମ ଅଭିଯୁକ୍ତ ଡାକ୍ତର ଏଏସସିବିରୁ ବହଷ୍କୃତ

Advertisment

ଏସସିବିରେ ଦୁଇ ମହିଳା ରୋଗୀଙ୍କୁ ଚିକିତ୍ସା ବାହାନାରେ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂ ଠାକୁର ଏସସିବିରୁ ବହିଷ୍କୃତ

ଏସସିବିରେ ଦୁଇ ମହିଳା ରୋଗୀଙ୍କୁ ଚିକିତ୍ସା ବାହାନାରେ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂ ଠାକୁର ଏସସିବିରୁ ବହିଷ୍କୃତ

ଅସୁରକ୍ଷିତ ଏସ୍‌ସିବି ରେକର୍ଡ ରୁମ୍‌: ୪୦ ବର୍ଷ ହେଲା ଆଜବେଷ୍ଟସ ଘରେ ଗଦା ହେଉଛି ରେକର୍ଡ

କଟକ: ଏସସିବିରେ ଦୁଇ ମହିଳା ରୋଗୀଙ୍କୁ ଚିକିତ୍ସା ବାହାନାରେ ଦୁଷ୍କର୍ମ ଘଟଣାରେ ଆଗରୁ ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂ ଠାକୁରଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କୁ ଏସସିବିରୁ ବହିଷ୍କୃତ କରାଯାଇଛି। ଏସସିବି ମେଡିକାଲ କଲେଜ କାଉନ୍ସିଲର ଜରୁରୀ ବୈଠକ ବସିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗତକାଲି ମେଡିକାଲ କଲେଜ କାଉନ୍ସିଲର ଜରୁରୀ ବୈଠକ ବସିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଏସସିବି ଅଧ୍ୟକ୍ଷ ପ୍ରଫେସର ଡାକ୍ତର ସୁଧାଂଶୁ ଶେଖର ମିଶ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଡିଏମଇଟିଙ୍କ ନେତୃତ୍ୱରେ ତିନି ଜଣିଆ ତଦନ୍ତ କମିଟି ଏହି ଘଟଣାର ତଦନ୍ତ କରି ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ । ଏହି ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଡିଏମଇଟି ଏସସିବି ଅଧ୍ୟକ୍ଷଙ୍କୁ ଚିଠି ଲେଖିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe