ମାଣ୍ଡିଆ ଚାଷୀଙ୍କ ପାଖରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସରକାରୀ ବାବୁ

Advertisment

ମାଣ୍ଡିଆ ଚାଷୀଙ୍କ ପାଖରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରାପଡ଼ିଲେ ସରକାରୀ ବାବୁ | କୋରାପୁଟ ଜିଲ୍ଲା ସେମିଲିଗୁଡା ବ୍ଲକ କୁନ୍ଦୁଲି ଲ୍ୟାମ୍ପର ଦାୟିତ୍ଵରେ ଥିବା ସତ୍ୟରଞ୍ଜନ ଚାଲାଣ ଜଣେ ଚାଷୀଙ୍କ ପାଖରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିଲେ |

vigilance

ଜୟପୁର: ମାଣ୍ଡିଆ ଚାଷୀଙ୍କ ପାଖରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରାପଡ଼ିଲେ ସରକାରୀ ବାବୁ | କୋରାପୁଟ ଜିଲ୍ଲା ସେମିଲିଗୁଡା ବ୍ଲକ କୁନ୍ଦୁଲି ଲ୍ୟାମ୍ପର ଦାୟିତ୍ଵରେ ଥିବା ସତ୍ୟରଞ୍ଜନ ଚାଲାଣ ଜଣେ ଚାଷୀଙ୍କ ପାଖରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିଲେ | ଚାଲାଣ ମାଣ୍ଡିଆ କିଣିବାକୁ ବସ୍ତା ପିଛା ୪୫ ଟଙ୍କା ନେବାକୁ କହିଥିଲେ |

ଏହିପରି ଭାବେ ୧୧୭ ବସ୍ତା ପାଇଁ ୩ ହଜାର ଟଙ୍କା ଲାଞ୍ଚ ଦେବାକୁ ଦାବି କରିଥିଲେ | ଲାଞ୍ଚ ଅର୍ଥ ନ ଦେଲେ ମାଣ୍ଡିଆ କିଣାହେବ  ନାହିଁ ବୋଲି ରୋକଠୋକ ଶୁଣାଇଦେଇଥିଲେ | ଏନେଇ ଚାଷୀ ଜଣକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ | ଏହାପରେ ଭିଜିଲାନ୍ସ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇ ଜାଲ ବିଛାଯାଇଥିଲା | ଆଉ ଆଜି ଚାଲାଣ ଲାଞ୍ଚ ନେବାବେଳେ ଧରାପଡ଼ିଛନ୍ତି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe