ବାରିପଦା: ସମ୍ଭାବ୍ୟ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ କର୍ତ୍ତୃପକ୍ଷ ଆସନ୍ତା ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି | ଏହି ସମୟରେ କୌଣସି ପର୍ଯ୍ୟଟକ ଆସିପାରିବେ ନାହିଁ ବୋଲି ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ କର୍ତ୍ତୃପକ୍ଷ କହିଛନ୍ତି | ଉଲ୍ଲେଖ ଥାଉ କି ତିନିମାସ ବନ୍ଦ ରହିବା ପରେ ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯାଇଥିଲା | ଜୁନ୍ ୧୨ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା । ବର୍ଷାଦିନ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଥିଲା | ଆଉ ଗତ ୧୦ ତାରିଖରୁ ଏହା ଖୋଲାଯାଇଥିଲା  |