ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୫୧ କରୋନା ସଂକ୍ରମିତ ଚିହ୍ନଟ, ୫ ମୃତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୫୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦୩ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୮ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୧୪୭ ଛୁଇଁଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨୦ ହଜାର ୨୦୮ ଜଣ ଓ ସକ୍ରିୟ ରହିଛନ୍ତି ୩୦୬୧ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୭ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୧୦ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୨୭ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୨ ଜଣ, ଜଗତ୍‌ସିଂହପୁରରୁ ୮ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେନ୍ଦୁଝରରୁ ୮ ଜଣ, ଖୋର୍ଦ୍ଧାରୁ ୫୨ ଜଣ, କୋରାପୁଟରୁ ଜଣେ, ମାଲକାନଗିରିରୁ ୨ ଜଣ, ମୟୂରଭଞ୍ଜରୁ ୧୭ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୨୧ ଜଣ, ପୁରୀରୁ ୩ ଜଣ, ସମ୍ବଲପୁରରୁ ୨୬ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୪୭ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି। ଏଣେ କରୋନାରେ ପୁଣି ୫ ଜଣଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧିତ ଖବର