ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪ ମୃତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦୮ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୫୦ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କୁ ମିଶାଇ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୫୦୫ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨୦ ହଜାର ୫୮୪ ଜଣ ଓ ସକ୍ରିୟ ଅଛନ୍ତି ୩୦୩୯ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩୫ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୧୩ ଜଣ, କଟକରୁ ୨୮ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୫ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୫ ଜଣ, ଜଗତ୍‌ସିଂହପୁରୁ ୪ ଜଣ, ଯାଜପୁରରୁ ୧୫ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୮ ଜଣ, ଖୋର୍ଦ୍ଧାରୁ ୩୬ ଜଣ, କୋରାପୁଟରୁ ୮ ଜଣ, ମୟୂରଭଞ୍ଜରୁ ୧୭ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଗଡ଼ରୁ ଜଣେ, ନୂଆପଡ଼ାରୁ ୨୬ ଜଣ, ପୁରୀରୁ ଜଣେ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨୧ ଜଣ, ‌ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୨୯ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୯ ଜଣ ଚିହ୍ନଟ ହୋଇଛନ୍ତି। ଏପଟେ ରାଜ୍ୟରେ କରୋନାରେ ପୁଣି ୪ ଜଣଙ୍କର ମୃତ୍ୟୁ ଘଟିଛି।

 

 

ସମ୍ବନ୍ଧିତ ଖବର