ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୦,୩୨୧ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୬୬

ଭୁବନେଶ୍ବର: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୦,୩୨୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୫୭୭୯ ଚିହ୍ନଟ ହୋଇଥିବା ବେଳେ ୪୫୪୨ଜଣ ହେଉଛନ୍ତି ସ୍ଥାନୀୟ ଆକ୍ରାନ୍ତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୬୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ  ୭୩୧   ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଅପରପକ୍ଷରେ ଅନୁଗୁଳରୁ ୪୭୧, ବରଗଡ଼ରୁ ୩୨୦, ଭଦ୍ରକରୁ ୩୫୦, ବାଲେଶ୍ୱରରୁ ୨୬୯, ବଲାଙ୍ଗୀରରୁ ୨୯୧, ବୌଦ୍ଧରୁ ୨୫୦, ଦେବଗଡ଼ରୁ ୧୧୪, ଢେଙ୍କାନାଳରୁ ୭୭, ଗଜପତିରୁ ୫୬, ଗଞ୍ଜାମରୁ ୨୦୩, ଜଗତସିଂହପୁରରୁ ୧୫୯, ଯାଜପୁରରୁ ୩୩୦, ଝାରସୁଗୁଡ଼ାରୁ ୩୧୨ , କଳାହାଣ୍ଡିରୁ ୫୯୯, କନ୍ଧମାଳରୁ ୫୪, କେନ୍ଦ୍ରାପଡ଼ାରୁ ୧୬୪, କେନ୍ଦୁଝରରୁ ୨୦୪, କୋରାପୁଟରୁ ୩୩୮, ମାଲକାନଗିରିରୁ ୭୭, ମୟୂରଭଞ୍ଜରୁ ୪୫୮, ନବରଙ୍ଗପୁରରୁ ୩୩୪, ନୟାଗଡ଼ରୁ ୨୭୩, ନୂଆପଡ଼ାରୁ ୧୪୫, ପୁରୀରୁ ୪୭୨, ରାୟଗଡ଼ାରୁ ୧୬୩, ସମ୍ବଲପୁରରୁ ୪୦୫, ସୋନପୁରରୁ ୭୩, ସୁନ୍ଦରଗଡ଼ରୁ ୮୧୯ଜଣ ଓ ଷ୍ଟେଟ୍ ପୁଲରୁ ୨୪୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୩୩, ୩୦୨ରେ ପହଞ୍ଚିଥିବା ବେଳେ ୫,୨୬,୨୫୩ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୧ଲକ୍ଷ ୪୫୩୯ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାଯାଇଛି।

ସମ୍ବନ୍ଧିତ ଖବର