ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୮ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩୯ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୪୬୬ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୨ ହଜାର ୬୧୧ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୮୯୪ ଜଣ ସଂକ୍ରମିତ।

ଗତ ୨୪ ଘଣ୍ଟାରେ ଅନୁଗୁଳ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୧୨ ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୧୬ ଜଣ, ଦେଓଗଡ଼ରୁ ୩ ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୩ ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରରୁ ୨ ଜଣ, ଖୋର୍ଦ୍ଧାରୁ ୬ ଜଣ, ମୟୂରଭଞ୍ଜରୁ ୪ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ଚିହ୍ନଟ ହୋଇଥିବା ସୂଚନା ରହିଛି।

ସମ୍ବନ୍ଧିତ ଖବର