ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୧୬୮କୁ ବୃଦ୍ଧି ପାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୬ ମୃତକଙ୍କ ମଧ୍ୟରେ ପୁରୀରୁ ୯ଜଣ,  ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ଭୁବନେଶ୍ବରରୁ ୧୧ଜଣ, କଟକରୁ ୧୦ଜଣ, ମୟୂରଭଞ୍ଜରୁ ୬ଜଣ, ଅନୁଗୁଳରୁ ୫ଜଣ, ଝରସୁଗୁଡ଼ାରୁ ୩ଜଣ, ନୟାଗଡ଼ରୁ ୨ଜଣ, ଯାଜପୁରରୁ ୩ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ୨ଜଣ ମୃତକ ରହିଛନ୍ତି।

 

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୫୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଣେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୦, ୮୬୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୬୦, ୩୮୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪, ୩୨୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର