ଠାକୁରମୁଣ୍ଡା: ଠାକୁରମୁଣ୍ଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ଚାନ୍ଦୁ ହୋ ଭୁବନେଶ୍ୱରରେ ରାଜ୍ୟପାଳ ଓ ଜଙ୍ଗଲ ମନ୍ତ୍ରୀଙ୍କ ଠାରୁ ପୁରସ୍କାର ଗ୍ରହଣ କରି ସ୍କୁଲ ଓ ଠାକୁରମୁଣ୍ଡା ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି l ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ, ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ଲୋକ ସେବାଭବନ, ଭୁବନେଶ୍ୱର ଠାରେ ଅନୁଷ୍ଠିତ ୭୧ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ଠାକୁରମୁଣ୍ଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀର ଛାତ୍ରୀ ଚାନ୍ଦୁ ହୋ, ଓଡ଼ିଶାର ମାନ୍ୟବର ରାଜ୍ୟପାଳ, ଡ଼ଃ ହରିବାବୁ କମ୍ଭମପାଟି ଏବଂ ମାନ୍ୟବର ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ କରକମଳରୁ ରାଜ୍ୟସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାରେ ତୃତୀୟ ସ୍ଥାନ ଅଧିକାର କରି ବିଦ୍ୟାଳୟ ତଥା ବିଭାଗ ପାଇଁ ଗୌରବ ଆଣିଛନ୍ତି l

Advertisment

ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ, ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ଲୋକ ସେବାଭବନ, ଭୁବନେଶ୍ୱର ଠାରେ ଅନୁଷ୍ଠିତ ୭୧ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ଠାକୁରମୁଣ୍ଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀର ଛାତ୍ରୀ ଚାନ୍ଦୁ ହୋ, ଓଡ଼ିଶାର ମାନ୍ୟବର ରାଜ୍ୟପାଳ, ଡ଼ଃ ହରିବାବୁ କମ୍ଭମପାଟି ଏବଂ ମାନ୍ୟବର ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ କରକମଳରୁ ରାଜ୍ୟସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାରେ ତୃତୀୟ ସ୍ଥାନ ଅଧିକାର କରି ବିଦ୍ୟାଳୟ ତଥା ବିଭାଗ ପାଇଁ ଗୌରବ ଆଣିଛନ୍ତି l

ତାଙ୍କର ଏହି କୃତିତ୍ୱ ପାଇଁ ଠାକୁରମୁଣ୍ଡା ବନାଞ୍ଚଳ ଅଧିକାରୀ ଉମାକାନ୍ତ ବେହେରା ଓ କରଞ୍ଜିଆ ବନଖଣ୍ଡ ଅଧିକାରୀ ବୈଦ୍ୟନାଥ ମାଝୀଙ୍କ ସହଯୋଗ ପାଇଁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବଳରାମ ସ୍ୱାଇଁ ବିଶେଷ କୃତଜ୍ଞତା ଜଣାଇଛନ୍ତି l ମନ୍ତ୍ରୀ ବ୍ୟକ୍ତିଗତ ଭାବେ ଆଦିବାସୀ ଝିଅ ଚାନ୍ଦୁ ହୋଙ୍କ ସଫଳତାରେ ଖୁସି ପ୍ରକଟ କରିବା ସହ ଭବିଷ୍ୟତରେ ଅଧିକ ସୁନାମ ଆଣିବାକୁ ପ୍ରୟାସ ଜାରି ରଖିବାକୁ ପରାମର୍ଶ ଦେଇଥିଲେ ।