ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ | ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି କିସ୍ତି ଟଙ୍କା ମିଳିବ | ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା | ପାଖାପାଖି ୧ କୋଟି ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ | ଉଲ୍ଲେଖ ଥାଉ କି ୪ଟି ପର୍ଯ୍ୟାୟରେ ୯୮ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିବା ବେଳେ ୨ ଲକ୍ଷ ହିତାଧିକାରୀଙ୍କ ଆକାଉଣ୍ଟକୁ ବ୍ୟାଙ୍କରେ ସମସ୍ୟା ଯୋଗୁଁ ଟଙ୍କା ଯାଇପାରିନଥିଲା | ବିଶେଷ କରି ଏନପିସିଆଇ ସମସ୍ୟା ଯୋଗୁଁ ୨ ଲକ୍ଷ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯାଇପାରିନଥିବାବେଳେ ମାର୍ଚ୍ଚ ୮ରେ ଏମାନଙ୍କୁ ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ | ସେହିଭଳି ଯେଉଁମାନେ ପ୍ରଥମ କିସ୍ତି ପାଇଥିଲେ, ସେମାନଙ୍କୁ ଦ୍ଵିତୀୟ କିସ୍ତି ଟଙ୍କା ପାଇବେ |
ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି ଟଙ୍କା
ଆସନ୍ତା ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ | ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି କିସ୍ତି ଟଙ୍କା ମିଳିବ | ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା | ପାଖାପାଖି ୧ କୋଟି ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ |
/sambad/media/media_files/TPAux7dq9ufkM4Co56Nc.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/08/04/2025-08-04t120741118z-fd75aef0-5715-43e4-8a08-d66a4506bc64-removebg-preview-2025-08-04-17-37-41.png)