ମାଲକାନଗିରି ଜିଲ୍ଲାର ୯୩୦ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମାଲକାନଗିରିସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୯୩୦ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି।

teacher

ମାଲକାନଗିରି: ମାଲକାନଗିରିସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୯୩୦ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି। ଜିଲ୍ଲା ଶିକ୍ଷାଧିକାରୀ ବିଶ୍ୱନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଯୋଗ ଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ, ବ୍ଲକ ଉପାଧ୍ୟକ୍ଷ ନିରଂଜନ ହାଲଦାର ପ୍ରମୁଖ ଉପସ୍ଥିତ ଥିଲୋ

ମାଲକାନଗିରିରେ ଜିଲ୍ଲାସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୯୩୦ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି।

ପ୍ରାରମ୍ଭରେ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋ ଚିତ୍ରରେ ଅତିଥିମାନେ ପୁଷ୍ପମାଲ୍ୟ ଅର୍ପଣ କରି ତାଂକୁ ସ୍ମରଣ କରାଯାଇଥିଲା। ଗୁରୁଶିଷ୍ୟର ପରମ୍ପରା ସମ୍ବନ୍ଧରେ ଅତିଥିମାନେ ନିଜ ନିଜ ବକ୍ତବ୍ୟରେ କହିବା ସହ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଆଦର୍ଶ ଓ ନୀତିକୁ ସମସ୍ତ ଗୁରୁ ଗୁରୁମା ଛାତ୍ରଛାତ୍ରୀମାନେ ଅନୁକରଣ କରିବା ଉଚିତ। ଏହି ଅବସରରେ ମାଲକାନଗିରି ଜିଲ୍ଲାରେ ସାତୋଟି ବ୍ଲକର ବିଭିନ୍ନ ବିଦ୍ୟାଳୟର ୯୩୦ ଉତ୍ତମ ଛାତ୍ରଛାତ୍ରୀଙ୍କୁ ଓଡିଆ ଭାଷାବୃତ୍ତି ପୁରସ୍କାର,ବିଦ୍ୟାର୍ଥୀ ମେଧାବୃତି ପୁରସ୍କାର, ଜିଲ୍ଲାସ୍ତରୀୟ ମେଧାବୀ ବିଦ୍ୟାର୍ଥୀ ପୁରସ୍କାର,ବ୍ଲକ ସ୍ତରୀୟ ମେଧାବୀ ବିଦ୍ୟାର୍ଥୀ ପୁରସ୍କାରରେ ପୁରସ୍କୃତ କରାଯିବା ସହ ମାନପତ୍ର ପ୍ରଦାନ କରାଯାଇଥିଲା। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ସାହୁ ଅତିଥି ଓ ଛାତ୍ରଛାତ୍ରୀମାନଙ୍କୁ ଓ ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲୋ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe