ଅପରାହ୍ନ ୫ଟା ୪୫ ସୁଦ୍ଧା ୧୪ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଶନିବାର ଅପରାହ୍ନ ୫ଟା ୪୫ ସୁଦ୍ଧା ୧୪ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ,ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ମାଲକାନଗିରି, ନୟାଗଡ଼ ଓ ଖୋର୍ଦ୍ଧା ଆଦି ଜିଲ୍ଲା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କଟକ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ୨୧ରୁ ୨୨ ତାରିଖ ମଧ୍ୟରେ ଏବଂ ୨୩ରୁ ୨୪ ତାରିଖ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସମ୍ବଲପୁର, ଗଞ୍ଜାମ, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ ଓ ଢ଼େଙ୍କାନାଳ ଆଦି ଜିଲ୍ଲାରେ ବଜ୍ରପାତଜନିତ ବର୍ଷା ଆଶଙ୍କା ରହିଛି। ୨୪ରୁ ୨୫ ତାରିଖ ମଧ୍ୟରେ କୋରାପୁଟ,ମାଲକାନଗିରି, ଗଜପତି, ନବରଙ୍ଗପୁର, ରାୟଗଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ମୟୁରଭଞ୍ଜ ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର