କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

Advertisment
ବଜ୍ରପାତରେ ଗୁରୁତର ମହିଳାଙ୍କ ମୃତ୍ୟୁ

186538582

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ ଓ ଢ଼େଙ୍କାନାଳ ରହିଛି। ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଯାବତ ସୁବର୍ଣ୍ଣପୁରରେ ୩୦.୨ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ୧୩.୦ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ଜାନୁଆରି ୨୪ରୁ ୨୫ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶା କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା‌, ମାଲକାନଗିରି, କୋରାପୁଟ ଆଦି ଜିଲ୍ଲାରେ ହାଲକା ବର୍ଷା ସହିତ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

publive-image

ଏଥିସହିତ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡି ପଡ଼ିବାର ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe