ମେଷ: ବ୍ୟବସାୟରେ ପ୍ରଗତି ହେବ। ଲୋକମାନଙ୍କର ସହଯୋଗ ପାଇବେ। ସାମାଜିକ ଜୀବନ ଭଲ ରହିବ। ରଚନାତ୍ମକ କାର୍ଯ୍ୟରେ ଆପଣଙ୍କର ସୁନାମ ହେବ। ପ୍ରେମରେ ସଫଳତା ପାଇବେ।
ବୃଷ: ପରିବାର ସହିତ ଅଧିକ ସମୟ ଅତିବାହିତ କରିବେ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ବ୍ୟବସାୟ କାମରେ ଦୂର ସ୍ଥାନକୁ ଯିବେ। ଛାତ୍ରଛାତ୍ରୀ ପାଠପଢ଼ାରେ ଧ୍ୟାନ ଲଗାଇବେ।
ମିଥୁନ: ଅଫିସ କାମରେ ବାହାରକୁ ଯିବେ। ଡାକ୍ତରଙ୍କ ଲାଗି ଦିନଟି ଲାଭପ୍ରଦ। ଦାମ୍ପତ୍ୟ ଜୀବନରେ ନୂଆ ନୂଆ ଖୁସି ଆସିବ। ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଅବସର ପାଇବେ।
କର୍କଟ: କାର୍ଯ୍ୟକ୍ଷେତ୍ରରେ ମନପ୍ରାଣ ଢାଳି କାମ କରିବେ। ନିଜ କାମରେ ଅଧିକ ପୁଞ୍ଜି ଲଗାଇପାରନ୍ତି। କିଣାବିକା ବେଳେ ସାବଧାନତା ଅବଲମ୍ବନ କରନ୍ତୁ। ଦାମ୍ପତ୍ୟ ସୁଖ ବଢ଼ିବ।
ସିଂହ: ସମାଜସେବା କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ବନ୍ଧୁ ସାହାଯ୍ୟରେ ଆପଣଙ୍କ ଯୋଜନା ସଫଳ ହେବ। ବ୍ୟବସାୟରେ ମନ ମୁତାବକ ସଫଳତା ପାଇବେ।
କନ୍ୟା: ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଚେଷ୍ଟା କରିବେ। ଅଫିସରେ କାମର ବୋଝ ବଢ଼ିପାରେ। ଅଚାନକ ଧନଲାଭ ହେବ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ।
ତୁଳା: ଚାକିରିଆଙ୍କ ଲାଗି ପଦୋନ୍ନତିର ଯୋଗ ଅଛି। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ। ଜୀବନସାଥୀଙ୍କ ଠାରୁ ଖୁସି ଖବର ପାଇବେ।
ବିଛା: କୌଣସି ବ୍ୟକ୍ତିଙ୍କ ଠାରୁ ଆଶା ଠାରୁ ଅଧିକ ଲାଭ ପାଇବେ। ରାଜନୀତିରେ ମହତ୍ତ୍ବାକାଂକ୍ଷା ପୂରା ହେବ। ନବବିବାହିତ ଦମ୍ପତିଙ୍କ ସମ୍ବନ୍ଧରେ ମଧୁରତା ବଢ଼ିବ।
ଧନୁ: ପରିବର୍ତ୍ତନ ଆପଣଙ୍କ ସପକ୍ଷରେ ହେବ। ଆପଣଙ୍କୁ ରୋଜଗାରର ନୂଆ ଅବସର ମିଳିବ। ଅଫିସରେ ଆପଣଙ୍କ କାମର ପ୍ରଶଂସା ହେବ। ଘରକୁ ପୁରୁଣା ବନ୍ଧୁ ଆସିବେ।
ମକର: ପୂଜାପାଠରେ ଅଧିକ ସମୟ ବିତିବ। ଭାବିଥିବା କାମ ସଂପୂର୍ଣ୍ଣ ହେବ। ଆପଣଙ୍କ କାମ ଦେଖି କର୍ତ୍ତୃପକ୍ଷ ଖୁସି ହେବେ। ଜୀବନସାଥୀଙ୍କୁ ମନର କଥା କହିବେ।
କୁମ୍ଭ: ଆପଣ ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରିବେ। ନୂଆ ଲୋକଙ୍କ ସହିତ ଆପଣଙ୍କର ପରିଚୟ ହେବ। ଶୀଘ୍ର ନୂଆ ଦାୟିତ୍ବ ମିଳିପାରେ।
ମୀନ: କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ। ଅର୍ଥ ସମ୍ବନ୍ଧରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଚାକିରିର ଭଲ ସୁଯୋଗ ମିଳିବ। ଜୀବନସାଥୀଙ୍କ ସହ ବାହାରେ ରାତ୍ରିଭୋଜନ କରିବେ।