ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ଆଜି ଆପଣ ସକାରାତ୍ମକ ଭାବନାରେ ପୂର୍ଣ୍ଣ ରହିବେ। ଆର୍ଥିକ ରୂପେ ସଫଳ ହେବାର ଯୋଜନା ପ୍ରସ୍ତୁତ କରିବେ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ। କୌଣସି ଖୁସି ଖବର ପାଇବେ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

ବୃଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ। କାମ ଧନ୍ଦାରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ଧନ ସ˚ପତ୍ତିରେ ବୃଦ୍ଧି ହେବ। କର୍ମଜୀବୀ ମହିଳାଙ୍କର ପଦୋନ୍ନତି ହୋଇପାରେ। ଘରୋଇ ଜୀବନରେ ପ୍ରେମପୂର୍ଣ୍ଣ ବାତାବରଣ ରହିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ଦୁର୍ଗା।

ମିଥୁନ: ପୂଜାର୍ଚ୍ଚନାରେ ଅଧିକ ସମୟ ବିତିବ। ଆପଣଙ୍କ ମନରେ ସକାରାତ୍ମକ ବିଚାର ଆସିବ। ସାମାଜିକ କ୍ଷେତ୍ରରେ ଆପଣଙ୍କର ପ୍ରଭାବ ବଢ଼ିବ। ଜୀବନସାଥୀଙ୍କ ସହିତ ବ୍ୟବସାୟ ସମ୍ବନ୍ଧରେ ଆଲୋଚନା କରିପାରନ୍ତି। ଶୁଭରଙ୍ଗ: ସବୁଜ। ଆରାଧନା: ହର ପାର୍ବତୀ।

କର୍କଟ: ଆପଣଙ୍କ ମନ ଆଧୢାତ୍ମିକତାରେ ଲାଗି ରହିବ। ପରିବାରରେ ବଡ଼ଙ୍କ ଠାରୁ ପ୍ରେମ ଓ ଆଶୀର୍ବାଦ ପାଇବେ। ପଇସା ଯେମିତି ଆସିବ ସେମିତି ଖର୍ଚ୍ଚ ହେବ। ନୂଆ ସଉଦା କରିବା ପୂର୍ବରୁ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଶୁଭରଙ୍ଗ: ଆକାଶିନୀଳ। ଆରାଧନା: ମାଆ ଗାୟତ୍ରୀ।

ସି˚ହ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଜୀବନରେ ସୁଖ ଶାନ୍ତି ଆସିବ। ଅନ୍ୟ ଲୋକମାନଙ୍କ ପ୍ରତି ଆପଣଙ୍କର ଦୃଷ୍ଟିକୋଣ ସକାରାତ୍ମକ ରହିବ। ପରିଯୋଜନା କାମରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

କନ୍ୟା: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ଇଚ୍ଛା ପୂରା କରିବା ପ୍ରୟାସରେ ସଫଳ ହେବେ। ସରକାରୀ କାମରେ ଲାଭ ମିଳିବାର ଯୋଗ ରହିଛି। ସମେଣ୍ଟ ଲୁହା ବ୍ୟବସାୟୀଙ୍କ ଲାଗି ଦିନଟି ଶୁଭପ୍ରଦ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମହାଲକ୍ଷ୍ମୀ।

ତୁଳା: ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ। ମହତ୍ବପୂର୍ଣ୍ଣ ବ୍ୟାପାରରେ ମିତ୍ରଙ୍କ ସହିତ କଥାବାର୍ତ୍ତା ହେବେ। କୌଣସି ନୂଆ କାମରେ ଆପଣଙ୍କୁ ସଫଳତା ମିଳିବ। ଦାଂପତ୍ୟ ସମ୍ବନ୍ଧରେ ପ୍ରସନ୍ନତା ଆସିବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ କୀଚକେଶ୍ବରୀ।

 

 

 

 

 

ବିଛା: ଜରୁରୀ କାମ ପାଇଁ ଊର୍ଜାକୁ ଏକତ୍ର କରି ରଖନ୍ତୁ। ଅନ୍ୟମାନଙ୍କ ସହିତ କଥା କହିବା ବେଳରେ ଶବ୍ଦ ଉପରେ ଧୢାନ ଦିଅନ୍ତୁ। ଚାକିରି ପରିବର୍ତ୍ତନ କରିବାକୁ ଚାହୁଁଥିବା ବ୍ୟକ୍ତି ବିଶେଷ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ କଟକଚଣ୍ତୀ।

ଧନୁ: ସ୍ବାସ୍ଥ୍ୟ ପୂର୍ବ ଅପେକ୍ଷା ଊର୍ଜାବାନ ବଜାୟ ରହିବ। ପରିବାର ସହଯୋଗରେ କୌଣସି ଗଣ୍ତଗୋଳକୁ ଆୟତ୍ତ କରିନେବେ। ଅଫିସରେ ଆପଣଙ୍କ କାମର ପ୍ରଶ˚ସା ହେବ। ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କର ଦରମା ବଢ଼ିପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।

ମକର: ଦିନଟି ଲାଭପ୍ରଦ ରହିବ। ଜରୁରୀ କାମ ମିତ୍ରଙ୍କ ସହଯୋଗରେ ପୂରା ହୋଇଯିବ। ଆର୍ଥିକ ସ୍ଥିତି ବଢ଼ିଆ ରହିବ। ବ୍ୟବସାୟ ସମ୍ବନ୍ଧୀୟ କାମରେ ଯାତ୍ରା କରିବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ଲାଲ। ଆରାଧନା: ଶ୍ରୀଗଣେଶ।

କୁମ୍ଭ: ସମୟ ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ଅଫିସ ଆଲୋଚନାରେ ଆପଣଙ୍କ କଥାକୁ ଠିକ୍‌ଭାବେ ରଖି ପାରିବେ। କାହାରିକୁ ଦେଇଥିବା ପଇସା ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

ମୀନ: ଆପଣଙ୍କର କୌତୁକିଆ ସ୍ବଭାବ ଲୋକ ପ୍ରିୟତାରେ ବୃଦ୍ଧି କରାଇବ। ଆପଣ କିଛି ଏଭଳି କାର୍ଯ୍ୟ କରିବେ ଯାହା ଆପଣଙ୍କୁ ଆଶାଠୁଁ ଅଧିକ ଲାଭ ମିଳିବ। ମହିଳାମାନେ ଘର କାମରେ ପତିଙ୍କ ସହଯୋଗ ପାଇବେ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ବିମଳା।

ସମ୍ବନ୍ଧିତ ଖବର