ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ସମୟ ଅନୁକୂଳ। ସ୍ଥିତି ଆପଣଙ୍କ ଅନୁସାରେ ବଦଳି ଯିବ। ସ୍ଥଗିତ ଥିବା ସରକାରୀ କାମ ପୂରା ହେବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଗାୟତ୍ରୀ।

ବୃଷ: ଆପଣଙ୍କ ମନ ଖୁସି ରହିବ। ମିଠା କଥା କହି ସମସ୍ତଙ୍କ ହୃଦୟ ଜିଣିନେବେ। ବ୍ୟବସାୟରେ କିଛି ନୂଆ କରିବା ପାଇଁ ସମୟ ଶୁଭ ରହିବ। ରାଜନୀତିରେ ସଫଳତା ମିଳିବ। ଜୀବନସାଥୀଙ୍କ ଠାରୁ ସୁଖ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ବରୀ।

ମିଥୁନ: କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ କରିବେ ଏବ˚ ସଫଳ ହେବେ। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ବିଦେଶ ଯିବା ପାଇଁ ଯୋଜନା କରିବେ। ପ୍ରେମୀ ଯୁଗଳଙ୍କ ପାଇଁ ଦିନଟି ବଢ଼ିଆ ରହିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଦୁର୍ଗା।

କର୍କଟ: ନିଜର ଭାବନାକୁ ସକାରାତ୍ମକ ରଖନ୍ତୁ। ଭବିଷ୍ୟତରେ ଲାଭ ମିଳିବା ପାଇଁ ନିବେଶର ସୁଯୋଗ ମିଳିବ। ସନ୍ତାନଙ୍କ କୌଣସି ବିଶେଷ କାର୍ଯ୍ୟ ପାଇଁ ଧନ ଖର୍ଚ୍ଚ ହୋଇପାରେ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରା ହେବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ଦିନଟି ଆପଣଙ୍କୁ ସୁଖ ଓ ସୌଭାଗ୍ୟ ପ୍ରଦାନ କରିବ। ନିଜ ଲକ୍ଷ୍ୟକୁ ପୂରା କରିବା ଦିଶାରେ କାମ କରିବେ। ଘରର ବାତାବରଣ ଆନନ୍ଦ ଉଲ୍ଲାସଭରା ରହିବ। ବନ୍ଧୁଙ୍କ ମେଳରେ ଆପଣଙ୍କର ମାନସମ୍ମାନ ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କଟକଚଣ୍ତୀ।

କନ୍ୟା: ଆପଣଙ୍କ ମନ ଆଧୢାତ୍ମିକ ଦିଗରେ ଅଧିକ ଲାଗି ରହିବ। ଆଇନକାନୁନ ମାମଲାର ସମାଧାନ ହୋଇପାରେ। କୌଣସି ବଡ଼ କ˚ପାନିରେ ଚାକିରି ପ୍ରସ୍ତାବ ମିଳିପାରେ। ସନ୍ଧ୍ୟାରେ ଜୀବନସାଥୀଙ୍କ ସହିତ ବାହାରକୁ ଭୋଜନ ପାଇଁ ଯାଇପାରନ୍ତି। ଶୁଭରଙ୍ଗ: ମେରୁନ। ଆରାଧନା: ହର ପାର୍ବତୀ।

ତୁଳା: ଧୢାନ ଓ ଯୋଗ ମାଧୢମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ। ଘରକୁ କୌଣସି ସ˚ପର୍କୀୟ ଶୁଭ ଖବର ନେଇ ଆସିବେ। ଠିକ୍‌ ଫଇସଲା ନେବା ସହଜ ହେବ। ଅଚାନକ ଧନପ୍ରାପ୍ତି ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ଗାୟତ୍ରୀ।

ବିଛା: ଉନ୍ନତି ଲାଗି ବ୍ୟକ୍ତି ପାଇବେ। ନୂଆ କାମଧନ୍ଦା ସମ୍ବନ୍ଧରେ ବିଚାର କରିବେ। ଫିଲ୍ମ କଳାକାରଙ୍କୁ ବଢ଼ିଆ ପ୍ରସ୍ତାବ ମିଳିପାରେ। ଆପଣଙ୍କୁ ନିର୍ମାଣ କାର୍ଯ୍ୟରେ ଯଥେଷ୍ଟ ଫାଇଦା ହେବ। ମହିଳାଙ୍କୁ ଜୀବନସାଥୀଙ୍କ ଠାରୁ ସୁନ୍ଦର ଉପହାର ମିଳିପାରେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ବିମଳା।

ଧନୁ: ଆପଣ କେବଳ ନିଜ କାମରେ ମନଯୋଗ ଦିଅନ୍ତୁ। ସୌଭାଗ୍ୟବଶତଃ ଲକ୍ଷ୍ୟସ୍ଥଳରେ ପହଞ୍ଚିବା‌େର କୌଣସି ଅସୁବିଧା ହେବନାହିଁ। ସ୍ଥଗିତ ଥିବା କାମ ଜଲଦି ପୂରା ହୋଇଯିବ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

ମକର: ଗୁରୁଙ୍କ ଆଶୀର୍ବାଦ ନିଅନ୍ତୁ; ଦିନଟି ଭଲରେ କଟିବ। ପ୍ରତିଯୋଗିତାରେ ସଫଳତା ପାଇବେ। ବ୍ୟବସାୟର ସଉଦା ପାଇଁ ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ଆପଣଙ୍କ କାମରେ କିଛି ଲୋକ ଦୋଷ ତ୍ରୁଟି ବାହାର କରିବେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ଅମ୍ବିକା।

କୁମ୍ଭ: ଘରର ବାତାବରଣରେ ଖୁସି ରହି‌ବ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ନୂଆ ସମ୍ବନ୍ଧ ଆରମ୍ଭ ହେବ। କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଶାରଳା।

ମୀନ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ଉପଯୁକ୍ତ ସମୟ ଆସିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ। ଅଫିସ କାମ ସହଜରେ ନିର୍ବାହ କରିବେ। ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ସମ୍ବନ୍ଧିତ ଖବର