ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ଧର୍ମକାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟକ କାମ ପାଇଁ ସମାଧାନର ବାଟ ମିଳିଯିବ।

ବୃଷ: ମନରେ ନୂଆ ବିଚାର ଆସିବ। କୌଣସି କାର୍ଯ୍ୟ କିଂବା ବ୍ୟବସାୟ ଆରମ୍ଭ ପୂର୍ବରୁ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। କୋର୍ଟ-କଚେରି ମାମଲାରେ ଖର୍ଚ୍ଚାନ୍ତ ହୋଇପାରନ୍ତି।

ମିଥୁନ: ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତକଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

କର୍କଟ: ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

ସି˚ହ: କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

କନ୍ୟା: ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ତୁଳା: ବ୍ୟବସାୟରେ ଲାଭ। ପରିବାରରେ ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ବଢ଼ିଆ ରହିବ।

ବିଛା: ମନ ପ୍ରଫୁଲ୍ଲ ରହିବ। କୌଣସି ବଡ଼ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌-ଆଲୋଚନା ହୋଇପାରେ। ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ।

ଧନୁ: ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

ମକର: ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ।

କୁମ୍ଭ: ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପସନ୍ଦ ହେବ। ଅର୍ଥ ଉପାର୍ଜନ ଲାଗି ନୂଆ ସୁଯୋଗ ମିଳିବ। ପରିବାରରେ ଖୁସି।

ମୀନ: ନୂଆ ରଣନୀତି ଆପଣଙ୍କ ଲାଗି ଲାଭଦାୟକ ହେବ। ମହିଳାମାନେ ଆଗକୁ ବଢ଼ିବେ। ସାହିତ୍ୟିକଙ୍କୁ ଖୁସି ଖବର ମିଳିବ।

ସମ୍ବନ୍ଧିତ ଖବର