ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ସବୁ ଦିଗରୁ ଭଲ। ଆପଣ କିଛି ନୂଆ ଯୋଜନା ପ୍ରସ୍ତୁତ କରିବେ। ବିରୋଧୀପକ୍ଷ ଗୁପ୍ତରୂପେ ଆପଣଙ୍କର ଗୁଣଗାନ କରିବେ। ପରିବାର ସହିତ ଖୁସିରେ ସମୟ ଅତିବାହିତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଯୋଜନାକୁ ନେଇ ଅନ୍ୟମାନଙ୍କ ସହିତ ଆଲୋଚନା କରନ୍ତୁ, ଆପଣଙ୍କ କାମ ହୋଇଯିବ। କାରବାରରେ ଅଚାନକ ଫାଇଦା ହେବାର ଯୋଗ ରହିଛି। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: ଗୋଲାପି। ଆରାଧନା: ମହାଲକ୍ଷ୍ମୀ।

ମିଥୁନ: ସକାରାତ୍ମକ ପରିବର୍ତ୍ତନ ଆପଣଙ୍କ ଜୀବନକୁ ବଢ଼ିଆ କରିବ। କୌଣସି ପୁରୁଣା କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି। ଆପଣଙ୍କ କାମକୁ ନେଇ ଉଚ୍ଚାଧିକାରୀ ଅସନ୍ତୁଷ୍ଟ ହୋଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।

କର୍କଟ: ଆପଣଙ୍କ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ସବୁ କାମ ସହଜରେ ସ˚ପନ୍ନ ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ରହିବ। ମନମୁତାବକ ଫଳ ପାଇବା ପାଇଁ ଛାତ୍ରଛାତ୍ରୀଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଶୁଭରଙ୍ଗ: ଲାଲ। ଆରାଧନା: ଶ୍ରୀଗଣେଶ।

ସି˚ହ: ମନରେ ଧାର୍ମିକ ଭାବନା ଉଦୟ ହେବ। ମାତାପିତାଙ୍କ ସେବା କରନ୍ତୁ ଭଲ ଫଳ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ କାହାରି ସହଯୋଗ ମିଳିବ। ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଦୁର୍ଗା।

କନ୍ୟା: ଇଷ୍ଟଦେବଙ୍କୁ ଆରାଧନା କରନ୍ତୁ; ସମ୍ଭାବ୍ୟ ସ˚କଟ ଦୂର ହେବ। କୌଣସି ଜରୁରୀ କାମ ଜୀବନସାଥୀଙ୍କ ସହିତ ପରାମର୍ଶ କରି କରନ୍ତୁ; ଭଲ ହେବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ପରିବର୍ତ୍ତନ ଆସିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ତାରିଣୀ।

ତୁଳା: ଆଜି ଦିନଟି ପୂର୍ବ ଦିନ ଅପେକ୍ଷା ଭଲ ରହିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ଆଲୋଚନା ହେବ। ଅଫିସରେ ସହକର୍ମୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

ବିଛା: ଆଜି ଆପଣ ଊର୍ଜାରେ ପରିପୂର୍ଣ୍ଣ ରହିବେ। ସୌଭାଗ୍ୟବଶତଃ ନିଜର ଲକ୍ଷ୍ୟସ୍ଥଳରେ ପହଞ୍ଚିବା‌େର କୌଣସି ଅସୁବିଧା ହେବନାହିଁ। ସରକାରୀ କାମରେ ଉଚ୍ଚପଦସ୍ଥ କର୍ମଚାରୀଙ୍କ ସାହାଯ୍ୟ ମିଳିପାରେ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଭୈରବୀ।

ଧନୁ: ଆଜି ଆପଣ ନିଜକୁ ଖୁବ୍‌ ଊର୍ଜାବାନ ଅନୁଭବ କରିବେ। କୌଣସି କାମରୁ ଆପଣଙ୍କୁ ଆଶାରୁ ଅଧିକ ଧନଲାଭ ହେବ। ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ କୀଚକେଶ୍ବରୀ।

ମକର: ସକାରାତ୍ମକ ଭାବନାରେ ରହନ୍ତୁ; କାମ କରିବା ସହଜ ହେବ। ନିଜ ଲୋକଙ୍କ ସହଯୋଗ ମିଳିବ। କୌଣସି ନୂଆ ପରିଯୋଜନା ଲାଗି ମନରେ କଳ୍ପନା ଆସିବ। ପରିବାରର ସ୍ଥିତି ଠିକ୍‌ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀଗଣେଶ।

କୁମ୍ଭ: କୌଣସି କାମରେ ଦୂର ସ୍ଥାନକୁ ଯାତ୍ରାରେ ଯିବେ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ। ମାତାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିପାରନ୍ତି। ଜୀବନସାଥୀଙ୍କ ସହିତ ବସି ଭବିଷ୍ୟତର ଯୋଜନା ପ୍ରସ୍ତୁତ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

ମୀନ: ନିରନ୍ତର ପ୍ରୟାସରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପରିବାରରେ ହସଖୁସିର ବାତାବରଣ ରହିବ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ମଉଜ ମଜଲିସ କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ବାବା ସାଇରାମ।

ସମ୍ବନ୍ଧିତ ଖବର