ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ଆପଣଙ୍କର ସକାରାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଚୁକ୍ତି କରିବେ। ପତି-ପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ପାଟଣେଶ୍ବରୀ।

ବୃଷ: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ପରିବାର ସହିତ ଦର୍ଶନୀୟ ସ୍ଥାନକୁ ଭ୍ରମଣରେ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଦେବ।

ମିଥୁନ: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢ଼ାଳି କରିବେ ତହିଁରେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା କପିଳାସ।

କର୍କଟ: ଆଧୢାତ୍ମିକ ଭବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ମିତ୍ରଙ୍କ ସହିତ ପୂର୍ବ ଅପେକ୍ଷା ସମ୍ବନ୍ଧ ବଢ଼ିଆ ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ଶ୍ରୀକୃଷ୍ଣ।

ସି˚ହ: କୌଣସି ପୁରୁଣା କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି। ଯାହା ବି କରନ୍ତୁ ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ଶୁଭରଙ୍ଗ: ଲାଲ। ଆରାଧନା: ସୂର୍ଯ୍ୟଦେବ।

କନ୍ୟା: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ। ଘର ଓ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରା ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

ତୁଳା: ଆପଣଙ୍କ ଊର୍ଜା ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। କାହାରିକୁ ବନ୍ଧୁ ଭାବେ ଗ୍ରହଣ କରିପାରନ୍ତି। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ରାମଚଣ୍ତୀ।

 

ବିଛା: ପାରିବାରିକ ଗତିବିଧିରେ ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ। ଆପଣଙ୍କୁ କୌଣସି ମହତ୍ତ୍ବପୂର୍ଣ୍ଣ ସୂଚନା ମିଳିପାରେ। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

ଧନୁ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ। ହେଲେ କିଛି କରିପାରିବେ ନାହିଁ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ବଗଳାମୁଖୀ।

ମକର: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟା ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି। ଛାତ୍ରଙ୍କୁ ଶୁଭ ଖବର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀଗଣେଶ।

କୁମ୍ଭ: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ଖାତା ବହି ଦୋକାନ ଖୋଲିବା ପାଇଁ ଦିନଟି ବହୁତ ଭଲ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଗାୟତ୍ରୀ।

ମୀନ: ସମୟ ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ଆପଣଙ୍କ ଘରର ମାହୋଲ ଖୁସି ଭରା ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ସମ୍ବନ୍ଧିତ ଖବର