ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ନୂଆ କାମ ଆରମ୍ଭ ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇବେ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ। ଜୀବନସାଥୀଙ୍କ ସହିତ ସମୟ ଭଲରେ କଟିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ରାମଚଣ୍ତୀ।

ବୃଷ: ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। ବ୍ୟବସାୟରେ ଲାଗିଥିବା ପଇସାର ଲାଭ ହୋଇପାରେ। କୌଣସି କ˚ପାନିରେ ଚାକିରିର ଇମେଲ୍‌ ଆସିପାରେ। ଶୁଭରଙ୍ଗ: ଘିଅରଙ୍ଗ। ଆରାଧନା: ମାଆ ବିରଜା।

ମିଥୁନ: ଆଜି ଆପଣ ନିଜ ଉପରେ ଗର୍ବ ଅନୁଭବ କରିବେ। ଶତ୍ରୁ ବନ୍ଧୁତାର ହାତ ବଢ଼ାଇବେ। ବ୍ୟବସାୟୀମାନେ ବଡ଼ ଡ଼ିଲ୍‌ କରିପାରନ୍ତି। ଚାକିରିଆଙ୍କୁ ବଶେଷ ସଫଳତା ମିଳିବ। ଘରକୁ ଅତିଥି ଆସିବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା ସାଇରାମ।

ସି˚ହ: ଆଜି ଆପଣଙ୍କୁ ଉନ୍ନତିର ନୂଆ ରାସ୍ତା ମିଳିବ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାରରେ ହସଖୁସିର ବାତାବରଣ ରହିବ। ଶୁଭରଙ୍ଗ: ମେରୁନ। ଆରାଧନା: ଶ୍ରୀଗଣେଶ।

କନ୍ୟା: ପୂରା ଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିିଁରେ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ତୁଳା: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆୟ ଅନୁସାରେ ଖର୍ଚ୍ଚ ଅଧିକ ହେବ। ପରିବାରରେ ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ମାଆ ବିରଜା।

 

 

 

 

ବିଛା: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳା ସମାଧାନ ହୋଇଯିବ। ସଉଦାରେ ଆଶା ଠୁଁ ଅଧିକ ଲାଭ ହେବ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଦେବ।

ଧନୁ: ଯାହା ବି କାମ କରିବେ ବାଧାର ସମ୍ମୁଖୀନ ହେବେନାହିଁ। କେହି ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ସମାଜରେ ପ୍ରତିପତ୍ତି ବଢ଼ିବ। ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଗାୟତ୍ରୀ।

ମକର: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣ ସେବା କରିବାର ଅବସର ମିଳିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ଶ୍ରୀଗଣେଶ।

କୁମ୍ଭ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କଟକଚଣ୍ତୀ।

ମୀନ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତି ବିଶେଷଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରେ ଭଲ ଲାଭ ହେବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ଗାୟତ୍ରୀ।

ସମ୍ବନ୍ଧିତ ଖବର