ପଶ୍ଚିମବଙ୍ଗରେ ବଡ଼ ଟ୍ରେନ ଦୁର୍ଘଟଣା, କଞ୍ଚନଜଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଲା ମାଲଗାଡ଼ି, ଏପର୍ଯ୍ୟନ୍ତ ୪ ମୃତ

କୋଲକାତା: କୋଲକାତା ଅଭିମୁଖେ ଯାଉଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍ ପଶ୍ଚିମବଙ୍ଗର ସିଲିଗୁଡ଼ିଠାରେ ଏକ ମାଲବାହୀ ଟ୍ରେନ୍ ସହ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୪ ଜଣ ଲୋକ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି ।  

ଅନ୍ୟପକ୍ଷରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ୍ସରେ ପୋଷ୍ଟ କରି ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଦାର୍ଜିଲିଂ ଜିଲ୍ଲାର ଫନସେଓ୍ଵା ଅଞ୍ଚଳରେ ଏକ ଦୁଃଖଦ ଟ୍ରେନ୍ ଦୁର୍ଘଟଣା ବିଷୟରେ ଜାଣି ମୁଁ ସ୍ତବ୍ଧବୋଲି ସେ ଲେଖିଛନ୍ତି ।

ସେ ତାଙ୍କ ପୋଷ୍ଟରେ ଆହୁରି ଲେଖିଛନ୍ତି, ‘ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି, କୁହାଯାଉଛି ଯେ କଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲବାହୀ ଟ୍ରେନ୍ ଧକ୍କା ଦେଇଛି। ଘଟଣାସ୍ଥଳରେ ଡିଏମ୍, ଏସ୍ପି, ଡାକ୍ତର, ଆମ୍ବୁଲାନ୍ସ ଓ ବିପର୍ଯ୍ୟୟ ଟିମ୍ ପହଞ୍ଚି ରିଲିଫ, ଉଦ୍ଧାର, ଚିକିତ୍ସା ସହାୟତା ଲୋଡ଼ିଛନ୍ତି। ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି ବୋଲି ସେ କହିଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ, ଏନଜେପିରୁ ସିଆଲଦା ଅଭିମୁଖେ ଯାଉଥିବା କଞ୍ଚନଜଙ୍ଗା ଏକ୍ସପ୍ରେସ ରଙ୍ଗପାଣି ଓ ନିଜବାରୀ ମଧ୍ୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। କଞ୍ଚନଜଙ୍ଗା ଏକ୍ସପ୍ରେସ୍ ଟ୍ରେନ୍ ଠିଆ ହୋଇଥିବା ବେଳେ ମାଲବାହୀ ଟ୍ରେନ୍ ପଛପଟୁ ଆସି ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଟ୍ରେନର ୩ଟି ବଗି ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଛି।

ସମ୍ବନ୍ଧିତ ଖବର