ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

ସ୍ଥାନୀୟ କଳିଙ୍ଗ ମହାବିଦ୍ୟାଳୟରେ ଦୀର୍ଘ ଆଠଦିନ ଧରି ଚାଲିଥିବା ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିରର ଉଦଯାପିତ ହୋଇଯାଇଛି। ଏଥିରେ ଛାତ୍ରୀମାନଙ୍କୁ ଆତ୍ମ ସୁରକ୍ଷାର ଆବଶ୍ୟକତା ଓ ପ୍ରୟୋଗର ଵିଧି ସମ୍ପର୍କରେ ସଚେତନ କରାଯାଇଥିଲା।

ୂରା

ଘୁ.ଉଦୟଗିରି: ସ୍ଥାନୀୟ କଳିଙ୍ଗ ମହାବିଦ୍ୟାଳୟରେ ଦୀର୍ଘ ଆଠଦିନ ଧରି ଚାଲିଥିବା ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିରର ଉଦଯାପିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ  ସୁଧାଂଶୁ ଶେଖର ମେହେରଙ୍କ ସଭାପତିତ୍ୱ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଶିବରାମ ସାହୁ ଯୋଗଦେଇ ଛାତ୍ରୀମାନଙ୍କୁ ଆତ୍ମ ସୁରକ୍ଷାର ଆବଶ୍ୟକତା ଓ ପ୍ରୟୋଗର ଵିଧି ସମ୍ପର୍କରେ ସଚେତନ କରାଇଥିଲେ ଏବଂ ଛାତ୍ରୀ ମାନଙ୍କୁ ମାନପତ୍ର ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ପୂର୍ବତନ ଆତ୍ମ-ସୁରକ୍ଷା ଅଧିକାରିଣୀ ଅନିତା ପଟ୍ଟନାୟକ,  ଝୁନୁମା ପ୍ରଧାନ ଉପସ୍ଥିତ ରହି ଛାତ୍ରୀମାନଙ୍କୁ ସଚେତନ କରିଥିଲେ । ଆତ୍ମ ସୁରକ୍ଷା ପ୍ରଶିକ୍ଷଣର ସଂଯୋଜିକା ସୁଶ୍ରୀ ୟାସ୍ମିନ ପ୍ରଧାନ ଏବଂ  ସରିତା ମିଶ୍ର କାର୍ଯ୍ୟକ୍ରମର ବିବରଣୀ ପ୍ରଦାନ କରିଥିଲେ । ଏହି ସଭାରେ ଅନୁଷ୍ଠାନର ଅଧ୍ୟାପକ ଓ ଅଧ୍ୟାପିକା ଉପସ୍ଥିତ ରହିଥିଲେ । ଶେଷରେ ଅଧ୍ୟାପିକା ୟାସ୍ମିନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe