ବ୍ରହ୍ମପୁର: ୭ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି ଯେ ୭ ଦଫା ଦାବିକୁ ନେଇ ସଫଳ ଆଲୋଚନା ହୋଇସାରିଛି । ସମସ୍ତ ଦାବିର ସମାଧାନ କରାଯିବା ନେଇ ମଧ୍ୟ ସରକାର ଡ୍ରାଇଭର ମହାସଂଘକୁ ପ୍ରତିଶ୍ରୁତି ଦେଇସାରିଛନ୍ତି । ସଫଳ ଆଲୋଚନା ପରେ ମଧ୍ୟ ଡ୍ରାଇଭର ମହାସଂଘ ଆନ୍ଦୋଳନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ରାଜ୍ୟରେ ପେଟ୍ରୋଲ ଡିଜେଲର ଅଭାବ ସମସ୍ୟା ଆଉ ନାହିଁ ।
୪୦୦ରୁ ଉର୍ଦ୍ଧ୍ବ ପେଟ୍ରୋଲ ଓ ଡିଜେଲ ଟ୍ୟାଙ୍କର ରାଜ୍ୟର ବିଭିନ୍ନ ସ୍ଥାନକୁ ଯାଇଛି । ୩୫ରୁ ଉର୍ଦ୍ଧ୍ବ ଡ୍ରାଇଭର ସଂଘ ପରିବହନ ବିଭାଗ ସହ ରହିଛନ୍ତି । ଆନ୍ଦୋଳନକାରୀ ଡ୍ରାଇଭରମାନେ ଯେଉଁ ଗାଡ଼ି ଚାଳକଙ୍କୁ ଆକ୍ରମଣ କରୁଛନ୍ତି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଡ୍ରାଇଭରମାନେ ଆନ୍ଦୋଳନ ନାମରେ ଜନସାଧାରଣଙ୍କୁ ହଇରାଣ କରିବା ସରକାର ଗ୍ରହଣ କରିବେ ନାହିଁ । କଂଗ୍ରେସ ଡ୍ରାଇଭରଙ୍କୁ ନେଇ ରାଜନୀତି କରୁଛନ୍ତି । ପ୍ରତି ୧୦୦ କିଲୋମିଟର ଦୂରରେ ଡ୍ରାଇଭରମାନଙ୍କ ନିମନ୍ତେ ଆଶ୍ରୟସ୍ଥଳୀ ପାଇଁ ସରକାର ଖୁବଶୀଘ୍ର ପଦକ୍ଷେପ ନେବେ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/08/04/2025-08-04t120741118z-fd75aef0-5715-43e4-8a08-d66a4506bc64-removebg-preview-2025-08-04-17-37-41.png)
/sambad/media/media_files/2025/07/11/new-project-6-2025-07-11-14-34-29.jpg)