ଭୁବନେଶ୍ୱରରୁ ୧୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ଓ ୧୮୧ଜଣ ସୁସ୍ଥ

ଭୁବନେଶ୍ୱର: କରୋନା କଟକଣା କୋହଳ ହୋଇଥିଲେ ବି ଭୁବନେଶ୍ୱରରେ ଏବେ କରୋନା ମିଟର ସ୍ଥିର ରହିଛି | ପ୍ରତିଦିନ ୩୦୦ତଳକୁ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା | ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଥିବା ବେଳେ ଆଜି ଏହି ସଂଖ୍ୟା କମିଛି |

ଆଜି ଭୁବନେଶ୍ୱରରୁ ୧୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଆଜି ଭୁବନେଶ୍ୱରରୁ ୧୮୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

 

୧୪୪ଜଣ ମଧ୍ୟରୁ ସଂଗରୋଧରୁ ୬୦ ଓ ସ୍ଥାନୀୟ ଅଞ୍ଚଳରୁ ୮୪ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୧୬୦୫୩ରେ ପହଞ୍ଚଛି । ଏଥିରୁ ୧୧୧୪୩୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୪୪ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୩୫୫୦ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି |

ସମ୍ବନ୍ଧିତ ଖବର