ରାଜଧାନୀରେ ପୁଣି ୧୦୦ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହିତ ୯୬ଜଣ କରୋନା ଆକ୍ରାନ୍ତ ରାଜଧାନୀରୁ ସୁସ୍ଥ ହୋଇଥିବା ରିପୋର୍ଟ ମିଳିଛି।

୧୦୨ ଜଣଙ୍କ ମଧ୍ୟରୁ ସଂଗରୋଧରୁ ୨୮ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୭୪ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

 

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧୯୮୬ରେ ପହଞ୍ଚଛି । ଏଥିରୁ ୧୧୯୭୫୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୮୭ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୧୧୨୦ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି । ଏବେ ବି ଆମକୁ ସତର୍କ ରହିବା ସହିତ କରୋନା ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ ହେବ ବୋଲି କହିଛନ୍ତି ରାଜ୍ୟ ସରକାର।

ସମ୍ବନ୍ଧିତ ଖବର