ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀରେ କରୋନା ସଂକ୍ରମଣ ସଂଖ୍ୟା ୧୦୦ ତଳଳୁ ଖସିଛି। ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୩ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୨୩୧୬୬ଜଣ ଚିହ୍ନଟ ହୋଇଥିବା ବେଳେ ୧୨୧୦୯୮ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୯୫୩ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୯୪ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

 

ସମ୍ବନ୍ଧିତ ଖବର