ଭୁବନେଶ୍ବର: ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Advertisment

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୫ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୨୩୦୮୭ଜଣ ଚିହ୍ନଟ ହୋଇଥିବା ବେଳେ ୧୨୧୦୧୪ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୯୫୮ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୯୪ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି। ତେବେ ଅନେକ ଦିନ ପରେ ରାଜଧାନୀରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ତଳକୁ ଖସି ଆସିଛି। ଯାହାକି ଏକ ପ୍ରକାର ଆଶ୍ବସ୍ତିର ଖବର।