ଭୁବନେଶ୍ବର: ରାଜଧାନୀରେ କରୋନା ସଂକ୍ରମଣ ସଂଖ୍ୟା ୧୦୦ ତଳଳୁ ଖସି ଆସିଛି। ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
Update on newly detected #COVID19 cases in the last 24hrs under the BMC area on
30th December (till 9am). pic.twitter.com/roq6i8H1ur— BMC (@bmcbbsr) December 30, 2021
ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୬ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୨୩୬୦୨ଜଣ ଚିହ୍ନଟ ହୋଇଥିବା ବେଳେ ୧୨୧୭୪୫ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୭୩୯ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୯୭ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।