ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହିତ ୯୨ ଜଣ କରୋନା ଆକ୍ରାନ୍ତ ରାଜଧାନୀରୁ ସୁସ୍ଥ ହୋଇଥିବା ରିପୋର୍ଟ ମିଳିଛି।
୫୯ ଜଣଙ୍କ ମଧ୍ୟରୁ ସଂଗରୋଧରୁ ୧୨ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୭ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।
Update on newly detected #COVID19 cases in the last 24hrs under the BMC area on
7th December (till 9am). pic.twitter.com/gBypBvCFdY— BMC (@bmcbbsr) December 7, 2021
କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧୮୮୪ରେ ପହଞ୍ଚଛି । ଏଥିରୁ ୧୧୯୬୬୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୮୭ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୧୧୧୪ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି । ଏବେ ବି ଆମକୁ ସତର୍କ ରହିବା ସହିତ କରୋନା ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ ହେବ ବୋଲି କହିଛନ୍ତି ରାଜ୍ୟ ସରକାର।