ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୧୦୦ଭିତରେ ରହୁଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Advertisment

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୨ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୭ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୨୨୬୪୨ଜଣ ଚିହ୍ନଟ ହୋଇଥିବା ବେଳେ ୧୨୦୪୭୯ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୧୦୪୯ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୯୩ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।