ଭୁବନେଶ୍ୱର: କରୋନା କଟକଣା କୋହଳ ହୋଇଥିଲେ ବି ଭୁବନେଶ୍ୱରରେ ଏବେ କରୋନା ମିଟର ସ୍ଥିର ରହିଛି | ପ୍ରତିଦିନ ୩୦୦ତଳକୁ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା | ଆଜି ଭୁବନେଶ୍ୱରରୁ ୨୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଆଜି ଭୁବନେଶ୍ୱରରୁ ୨୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Sambad is now on WhatsApp
Join and get latest news updates delivered to you via WhatsApp
୨୦୯ଜଣ ମଧ୍ୟରୁ ସଂଗରୋଧରୁ ୫୪ ଓ ସ୍ଥାନୀୟ ଅଞ୍ଚଳରୁ ୧୫୫ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।
Update on newly detected #COVID19 cases in the last
24hrs under the BMC area on
20th October (till 9am). pic.twitter.com/fXW0C8jJ8V— BMC (@bmcbbsr) October 20, 2021
କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୧୬୪୫୬ରେ ପହଞ୍ଚଛି । ଏଥିରୁ ୧୧୧୮୩୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୪୪ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୩୫୫୮ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି |