ଭୁବନେଶ୍ୱରରୁ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର: କରୋନା କଟକଣା କୋହଳ ହୋଇଥିଲେ ବି ଭୁବନେଶ୍ୱରରେ ଏବେ କରୋନା ମିଟର ସ୍ଥିର ରହିଛି | ପ୍ରତିଦିନ ୩୦୦ତଳକୁ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା |
ଆଜି ଭୁବନେଶ୍ୱରରୁ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଆଜି ଭୁବନେଶ୍ୱରରୁ ୨୪୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

୧୭୦ ଜଣଙ୍କ ମଧ୍ୟରୁ ସଂଗରୋଧରୁ ୪୮ ଓ ସ୍ଥାନୀୟ ଅଞ୍ଚଳରୁ ୧୨୨ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।
କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୧୭୨୭୪ରେ ପହଞ୍ଚଛି । ଏଥିରୁ ୧୧୨୭୧୦ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୪୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୩୪୯୫ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି |

ସମ୍ବନ୍ଧିତ ଖବର