ରାଜଧାନୀରୁ ୧୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫୪ଜଣ ସୁସ୍ଥ 

ଭୁବନେଶ୍ୱର: କରୋନା କଟକଣା କୋହଳ ହୋଇଥିଲେ ବି ଭୁବନେଶ୍ୱରରେ ଏବେ କରୋନା ମିଟର ସ୍ଥିର ରହିଛି । ପ୍ରତିଦିନ ୩୦୦ତଳକୁ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା ।

ଆଜି ଭୁବନେଶ୍ୱରରୁ ୧୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଆଜି ଭୁବନେଶ୍ୱରରୁ ୨୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

 

୧୬୮ ଜଣଙ୍କ ମଧ୍ୟରୁ ସଂଗରୋଧରୁ ୪୩ ଓ ସ୍ଥାନୀୟ ଅଞ୍ଚଳରୁ ୧୨୫ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୧୭୪୪୨ରେ ପହଞ୍ଚଛି । ଏଥିରୁ ୧୧୨୯୬୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୪୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୩୪୦୯ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି |

ସମ୍ବନ୍ଧିତ ଖବର