ଭୁବନେଶ୍ୱର: କରୋନା କଟକଣା କୋହଳ ହୋଇଥିଲେ ବି ଭୁବନେଶ୍ୱରରେ ଏବେ କରୋନା ମିଟର ସ୍ଥିର ରହିଛି । ପ୍ରତିଦିନ ୩୦୦ତଳକୁ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା ।
Sambad is now on WhatsApp
Join and get latest news updates delivered to you via WhatsApp
ଆଜି ଭୁବନେଶ୍ୱରରୁ ୧୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଆଜି ଭୁବନେଶ୍ୱରରୁ ୨୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
୧୬୮ ଜଣଙ୍କ ମଧ୍ୟରୁ ସଂଗରୋଧରୁ ୪୩ ଓ ସ୍ଥାନୀୟ ଅଞ୍ଚଳରୁ ୧୨୫ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।
Update on newly detected #COVID19 cases in the last
24hrs under the BMC area on
28th October (till 9am). pic.twitter.com/jmdKA7Gild— BMC (@bmcbbsr) October 28, 2021
କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୧୭୯୩୪ରେ ପହଞ୍ଚଛି । ଏଥିରୁ ୧୧୩୭୩୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୫୧ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୩୧୩୦ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି । ଏବେ ବି ଆମକୁ ସତର୍କ ରହିବା ସହିତ କରୋନା ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ ହେବ।