Advertisment

ଗତ ୨୪ ଘଣ୍ଟା ମଧ୍ୟରେ ୧୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ

Advertisment
‘ଓମିକ୍ରନ୍‌’ କୋଭିଡ୍‌ ପ୍ରଜାତି ନେଇ ଦିଲ୍ଲୀ ହସ୍ପିଟାଲରେ ହାଇଆଲର୍ଟ

ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୩୦୦ଭିତରେ ରହୁଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୨ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୪ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୧୯୪୯୭ଜଣ ଚିହ୍ନଟ ହୋଇଥିବା ବେଳେ ୧୧୬୪୭୫ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୧୯୩୫ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୬୬ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe