ସତ୍ୟନଗର ମଶାଣିରେ ହେବ ଉତ୍ତମଙ୍କ ଶେଷକୃତ୍ୟ

Advertisment

ଉତ୍ତମଙ୍କ ମରଶରୀର ଦିଲ୍ଲୀରୁ ଆସୁଥିବାବେଳେ ସତ୍ୟନଗର ମଶାଣିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ | ପ୍ରଯୋଜକ ରବୀନ୍ଦ୍ର ନାଥ ପଣ୍ଡା ଏନେଇ ସୂଚନା ଦେଇଛନ୍ତି | ସତ୍ୟନଗର ମଶାଣିରେ ଶେଷକୃତ୍ୟ ପାଇଁ ସବୁ ପ୍ରକାରର ବ୍ୟବସ୍ଥା କରାଯାଉଛି |

ଉତ୍ତମଙ୍କ ମରଶରୀର ଦିଲ୍ଲୀରୁ ଆସୁଥିବାବେଳେ ସତ୍ୟନଗର ମଶାଣିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ | ପ୍ରଯୋଜକ ରବୀନ୍ଦ୍ର ନାଥ ପଣ୍ଡା ଏନେଇ ସୂଚନା ଦେଇଛନ୍ତି | ସତ୍ୟନଗର ମଶାଣିରେ ଶେଷକୃତ୍ୟ ପାଇଁ ସବୁ ପ୍ରକାରର ବ୍ୟବସ୍ଥା କରାଯାଉଛି |

uttam

ଭୁବନେଶ୍ୱର: ଜୀବନ ରଙ୍ଗମଞ୍ଚରେ ଅଭିନୟ ସାରି ବାହୁଡ଼ିଯାଇଛନ୍ତି ଉତ୍ତମ। ଅନେକ ସୁପରହିଟ୍‌ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରି ଦର୍ଶକଙ୍କୁ ମନୋରଞ୍ଜନ କରୁଥିବା ଏହି ମହାନ୍‌ ନାୟକଙ୍କ ଜୀବନ ଦୀପ ଲିଭିଯାଇଛି। ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଉତ୍ତମଙ୍କ ଅବଦାନ ତାଙ୍କୁ ସବୁଦିନ ପାଇଁ ଅମର କରି ରଖିବ | ଆଜି ଉତ୍ତମଙ୍କ ମରଶରୀର ଦିଲ୍ଲୀରୁ ଆସୁଥିବାବେଳେ ସତ୍ୟନଗର ମଶାଣିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ |

ପ୍ରଯୋଜକ ରବୀନ୍ଦ୍ର ନାଥ ପଣ୍ଡା ଏନେଇ ସୂଚନା ଦେଇଛନ୍ତି | ସତ୍ୟନଗର ମଶାଣିରେ ଶେଷକୃତ୍ୟ ପାଇଁ ସବୁ ପ୍ରକାରର ବ୍ୟବସ୍ଥା କରାଯାଉଛି | ଉଲ୍ଲେଖ ଥାଉ କି ଦିନ ୧୧ ଟାବେଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବ ପାର୍ଥିବ ଶରୀର । ତାପରେ ସିଧାସଳଖ ଜଗନ୍ନାଥ ବିହାରସ୍ଥିତ ବାସଭବନରେ ପହଂଚିବା ପରେ ଶେଷ ଦର୍ଶନ କରିବେ ସିନେ ଜଗତର ବିଶିଷ୍ଟ ବ୍ୟକ୍ତିବିଶେଷ। ଏହାପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହେବ । 

ଉଲ୍ଲେଖ ଥାଉ କି ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଉତ୍ତମଙ୍କ ବିୟୋଗରେ ଓଲିଉଡ୍‌ ତଥା ସାରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି। ଗତ ୬ ତାରିଖରେ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ବରର କିମ୍‌ସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଉନ୍ନତ ଚିକିତ୍ସା ପାଇଁ ୮ ତାରିଖରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ସ୍ଥାନାନ୍ତର କରାଯାଇଥିଲା। ‌ସେଠାରେ ତାଙ୍କର ଲିଭର ସିରୋସିସ୍‌ ସହ ନିମୋନିଆର ଚିକିତ୍ସା ଚାଲିଥିଲା। ସାରା ରାଜ୍ୟରେ ଶହଶହ ପ୍ରଶଂସକ ତାଙ୍କର ଆରୋଗ୍ୟ କାମନା କରିଥିଲେ। ତେବେ ୨୦ ଦିନ କାଳ ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରି ‌ଶେଷରେ ଉତ୍ତମ ଚିରବିଦାୟ ନେଇଯାଇଛନ୍ତି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe