ବ୍ରହ୍ମପୁର: ଆଉ ମାତ୍ର ୩ ଦିନ ଯାଇଥିଲେ ଚାକିରି ଜୀବନରୁ ନେଇଥାନ୍ତେ ଅବସର | କିନ୍ତୁ ଏହାପୂର୍ବରୁ ଆଜି ଭିଜିଲାନ୍ସ ମାଡ଼ିବସିଛି | ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ପଡିଥିବାବେଳେ ଆଉ ୩ ଦିନ ଯାଇଥିଲେ ଅବସର ନେଇଥାନ୍ତେ ।

Advertisment

ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ବ୍ଲକର ସହକାରୀ ଯନ୍ତ୍ରୀ ସୁଶୀଲ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆଙ୍କୁଲି ସ୍ଥିତ ବାସଭବନ, ଗଞ୍ଜାମ ବ୍ଲକ କାର୍ଯ୍ୟାଳୟ ସମେତ ୭ରୁ ଅଧିକ ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ।