ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ | ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଥିବାବେଳେ ସେ ଏବେ ମୃତ୍ତିକା ସଂରକ୍ଷଣ ଏବଂ ଜଳ ବିଭାଜିକା ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଅଛନ୍ତି |ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଛାନ୍‌ଭିନ୍ ଚାଲିଥିବାବେଳେ ଭୁବନେଶ୍ବର,କଳାହାଣ୍ଡି ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ରେଡ୍ କରାଯାଇଛି | ମିଳିଥିବା ସୂଚନା ମୁତାବକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଦୟାନିଧିଙ୍କ ଭୁବନେଶ୍ୱରରେ ଥିବା ଘର, ନବରଙ୍ଗପୁରରେ ଥିବା ଘର ଓ ଅଫିସରେ ଚଢ଼ାଉ କରାଯାଇଛି |