୭ ସମ୍ବେଦନଶୀଳ ବିଧାନସଭା ନିର୍ବାଚନମଣ୍ଡଳୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ

Advertisment
୭ ସମ୍ବେଦନଶୀଳ ବିଧାନସଭା ନିର୍ବାଚନମଣ୍ଡଳୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ

File Photo

ଭୁବନେଶ୍ବର : ଆସନ୍ତାକାଲି ହେବାକୁଥିବା ୪୨ଟି ବିଧାନସଭା ଆସନ ମଧ୍ୟରୁ ୩୫ଟିରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବାକୁ ଥିବାବେଳେ ବାକି ୭ଟିରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ସୁରକ୍ଷା ଦୃଷ୍ଟିରୁ ମାଓ ଅଧ୍ୟୁଷିତ ସମ୍ବଲପୁର, କେନ୍ଦୁଝର ଓ ଢେଙ୍କାନାଳ ଲୋକସଭାର ୭ଟି ସମ୍ବେଦନଶୀଳ ବିଧାନସଭା ନିର୍ବାଚନମଣ୍ଡଳୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରିବାକୁ ନିର୍ବାଚନ କମିସନ ନିଷ୍ପତ୍ତି ନେଇଛନ୍ତି।

ସମ୍ବଲପୁର ଲୋକସଭା ଆସନରେ ଆସୁଥିବା କୁଚିଣ୍ଡା, ରେଢ଼ାଖୋଲ, ଦେବଗଡ଼, ଆଠମଲ୍ଲିକରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ସେହିପରି କେନ୍ଦୁଝର ଲୋକସଭା ନିର୍ବାଚନମଣ୍ଡଳୀର ଚମ୍ପୁଆ, ଢେଙ୍କାନାଳ ଲୋକସଭା ଆସନ ଅଧୀନରେ ଆସୁଥିବା ପାଳଲହଡ଼ା ଓ ଅନୁଗୁଳ ବିଧାନସଭା ନିର୍ବାଚନମଣ୍ଡଳୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରିବାକୁ ନିର୍ବାଚନ କମିସନ ବିଜ୍ଞପ୍ତି ଜାରି କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe