2 young men die in bike accident at koksara Photograph: (sambad.in)
କୋକସରା: ବାଇକ ଦୁର୍ଘଟଣାରେ ୨ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। କଳାହାଣ୍ଡି ଜିଲ୍ଲା କୋକସରା ଥାନା ଲଡୁଗାଁ ପଞ୍ଚାୟତ ଭାଲୁପଡା ନିକଟରେ ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣା ଘଟିଥିବା ଦେଖିବାକୁ ମିଳିଛି। ବାଇକରୁ ପଡି ୨ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଲେ କେନ୍ଦୁଡୋଙ୍ଗରି ଗ୍ରାମର ବବଲୁ ନାଏକ ଓ ଅମରେନ୍ଦ୍ର ମାଝୀ (କୁନା)।
ଦୁର୍ଘଟଣାଜନିତ ମାମଲା ରୁଜୁ
ବବଲୁ ଓ ଅମରେନ୍ଦ୍ର ଭଇରୀପାଲି ଗ୍ରାମରୁ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିବା ବାଟରେ ସୁନାମାଲ ଭାଲୁପଡା ରାସ୍ତାର ଏକ ବୁଲାଣି ନିକଟରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିବା ନେଇ ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି। ରାତି ତମାମ ଏହି ଘଟଣା ସମ୍ପର୍କରେ କେହି ଜାଣି ନପାରି ଥିବା ବେଳେ ଆଜି ସକାଳେ କିଛି ସ୍ଥାନୀୟ ଲୋକ ଘଟଣା ସମ୍ପର୍କରେ କୋକସରା ପୁଲିସକୁ ସୂଚନା ଦେଇଥିଲେ। ଏହାପରେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନାକୁ ପଠାଇ ଏକ ଦୁର୍ଘଟଣାଜନିତ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
Follow Us