ସହଦେବ ନାୟକ ହତ୍ୟାକାଣ୍ଡ: ତିନି ଅଭିଯୁକ୍ତ ଅଟକ

ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କ ହତ୍ୟାକାଣ୍ଡରେ ସଂପୃକ୍ତ ତିନି ଅଭିଯୁକ୍ତଙ୍କୁ ଅଟକ ରଖିଛି ପୁଲିସ। ସେମାନଙ୍କୁ ପୁଲିସ ପଚରାଉଚରା କରୁଛି। ସେମାନେ କେଦାରପଲ୍ଲୀ ଅଞ୍ଚଳର ବୋଲି ଜଣାଯାଇଛି।

bh

ଭୁବନେଶ୍ବର: ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କ ହତ୍ୟାକାଣ୍ଡରେ ସଂପୃକ୍ତ ତିନି ଅଭିଯୁକ୍ତଙ୍କୁ ଅଟକ ରଖିଛି ପୁଲିସ। ସେମାନଙ୍କୁ ପୁଲିସ ପଚରାଉଚରା କରୁଛି। ସେମାନେ କେଦାରପଲ୍ଲୀ ଅଞ୍ଚଳର ବୋଲି ଜଣାଯାଇଛି। ଏନେଇ ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି।

ସହଦେବ ନାୟକଙ୍କ ପତ୍ନୀ ସାଂଘାତିକ ଅଭିଯୋଗ ଆଣିଛନ୍ତି। ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା କାନ୍ଦି କାନ୍ଦି ଅଭିଯୋଗ କରିଛନ୍ତି ସହଦେବ ନାୟକଙ୍କ ପତ୍ନୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଛନ୍ତି। ସକାଳୁ ଝିଅକୁ ସ୍କୁଲ ଛାଡ଼ିବାକୁ ବାହାରିଥିଲେ ସହଦେବ। ସ୍କୁଲରେ ଝିଅକୁ ଛାଡ଼ି ଫେରିବା ବାଟରେ ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି।

ଏଣେ ସହଦେବ ନାୟକଙ୍କ ପତ୍ନୀ ସାଂଘାତିକ ଅଭିଯୋଗ ଆଣିଛନ୍ତି। ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା କାନ୍ଦି କାନ୍ଦି ଅଭିଯୋଗ କରିଛନ୍ତି ସହଦେବ ନାୟକଙ୍କ ପତ୍ନୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଛନ୍ତି। ସକାଳୁ ଝିଅକୁ ସ୍କୁଲ ଛାଡ଼ିବାକୁ ବାହାରିଥିଲେ ସହଦେବ। ସ୍କୁଲରେ ଝିଅକୁ ଛାଡ଼ି ଫେରିବା ବାଟରେ ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି।
 

ଆଜି ସକାଳେ ରାଜଧାନୀରୁ ମିଳିଥିଲା ସହଦେବ ନାୟକଙ୍କ ମୁଣ୍ଡକଟା ମୃତଦେହ। ଭୋର ସମୟରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ରସୁଲଗଡ଼ରୁ ବାଣୀବିହାର ମେନ ରୋଡ଼ରେ ଏହି ହତ୍ୟାକାଣ୍ଡ ଘଟିଛି। ଓଭରବ୍ରିଜ ଉପରେ ପଡ଼ିଥିଲା ମୁଣ୍ଡବିହୀନ ମୃତଦେହ। ଘଟଣାସ୍ଥଳରେ ଏକ ସ୍କୁଟି ମଧ୍ୟ ରହିଥିବାର ଦେଖିବାକୁ ମିଳିଥିଲା। ମୃତଦେହକୁ ଉଦ୍ଧାର କରାଯାଇଛି। ତେବେ କିଏ ଓ କାହିଁକି ଏଭଳି ବୀଭତ୍ସ ହତ୍ୟା କଲା, ସେ ନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ। ପୁଲିସ ଘଟଣାସ୍ଥଳରେ ଛାନଭିନ ଚଳାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe