ନୀଳଗିରି: ବାଲେଶ୍ବର ଜିଲ୍ଲାନୀଳଗିରି ବ୍ଲକ ମହିଷାପଟ୍ଟା ପଞ୍ଚାୟତ ଶାଳବଣୀ ଗ୍ରାମରେ ଅଜାଣତରେ ଥିମେଟ ଖାଇ ୩ ଜଣ ଶିଶୁ ଗୁରୁତର ହୋଇଛନ୍ତି। ସୂଚନା ମୁତାବକ, ଉକ୍ତ ଗ୍ରାମର ବାବୁଲା ସିଂଙ୍କ ପୁଅ ଯୁବରାଜ ସିଂ(୮), ଅକ୍ଷୟ ସିଂଙ୍କ ଝିଅ ଇନ୍ଦୁରେଖା ସିଂ(୫), ରମେଶ ସିଂଙ୍କ ପୁଅ ଘନଶ୍ୟାମ ସିଂ(୪) ଅପରାହ୍ନ ସମୟରେ ସାଙ୍ଗ ହୋଇ ବୋହୁବୋହୂକା ଖେଳୁଥିଲେ ଏବଂ ଛୋଟ ଛୋଟ ସଢେଇରେ ମାଟି ରଖି ଭାତ ଡାଲି ଓ ବିଭିନ୍ନ ତରକାରୀମାନ ପ୍ରସ୍ତୁତ କରିଥିଲେ।
ଜଣେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ
ଘରେ ଥିବା ଥିମେଟକୁ ଲୁଣ ଭାବି ଆଣିବା ସହ ଘରୁ ପିଆଜ ଆଣି ଉକ୍ତ ଥିମେଟରେ ଗୋଳେଇ ଖାଇଥିଲେ। ଘରର ସମସ୍ତ ପରିବାର ଲୋକେ ଉକ୍ତ ସମୟରେ ବିଲକୁ ଧାନ କାଟିବା ପାଇଁ ଯାଇଥିଲେ। ଘରକୁ ଫେରିବା ପରେ ଶିଶୁମାନଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିବାର ଦେଖି ସେମାନଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସ୍ଥିତି ସଙ୍କଟାପନ୍ନ ହେବାରୁ ଯୁବରାଜଙ୍କୁ ପ୍ରଥମେ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଘନଶ୍ୟାମ ଓ ଇନ୍ଦୁରେଖା ବାଲେଶ୍ବର ମେଡିକାଲ କଲେଜରେ ଚିକିତ୍ସିତ ହେଉଛନ୍ତି।
ଆହୁରି ପଢ଼ନ୍ତୁ: Minor Girl Raped: ସଂପର୍କ ଭୁଲିଗଲା ସଂପର୍କୀୟ ମାମୁ, ନାବାଳିକା ଭାଣିଜୀକୁ କଲା ଦୁଷ୍କର୍ମ!
ଆହୁରି ପଢ଼ନ୍ତୁ: Chintan Shivir: ଭାରତର ଘରୋଇ ଇସ୍ପାତ ଶିଳ୍ପ ଦୃଢ଼ତା ଏବଂ ବିକାଶ ମାର୍ଗରେ ଅଗ୍ରସର ହେଉଛି: କେନ୍ଦ୍ରମନ୍ତ୍ରୀ
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/11/21/scb-2025-11-21-10-50-25.jpg)