ସୋର: ବାଲେଶ୍ୱର ଖଣି ବିଭାଗ ଓ ସୋର ତହସିଲ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇ ତିନୋଟି ବାଲି ବୋଝେଇ ଗାଡ଼ି ଜବତ କରାଯାଇଛି। ଆଜି ସକାଳେ ସୋର ତହସିଲଦାର ଦୈତାରି ମଲ୍ଲିକ ଓ କନିଷ୍ଠ ଖଣି ଅଧିକାରୀ ଜଗନ୍ନାଥ ଦାସ ଏକ ଟିମ ସହ ଭଦ୍ରକରୁ ବାଲେଶ୍ୱର ଅଭିମୁଖେ ଆସୁଥିବା ବେଆଇନ ବାଲି ବୋଝେଇ ଗାଡ଼ିର କାଗଜପତ୍ର ଯାଞ୍ଚ କରୁଥିଲେ।

Advertisment

୨୫ ରୁ ଅଧିକ ଗାଡ଼ି ରାସ୍ତା ବଦଳାଇ ଫେରାର

ଏହି ସମୟରେ ଓଡି ୨୯ ଇ ୮୮୬୨, ଓଆର ୦୧ ପି ୪୮୦୭ ଓ ଓଡି ୨୨ ଡବ୍ଲୁ ୮୮୪୫ ନମ୍ବର ବିଶିଷ୍ଟ ତିନୋଟି ବେଆଇନ ବାଲି ବୋଝେଇ ଗାଡ଼ିକୁ ଜବତ କରି ସୋର ପୁଲିସକୁ ହସ୍ତାନ୍ତର କରିଥିବା ଜଣାପଡ଼ିଛି। ଚଢ଼ାଉ ହେଉଥିବା ଜାଣିପାରି ୨୫ ରୁ ଅଧିକ ଗାଡ଼ି ରାସ୍ତା ବଦଳାଇ ଫେରାର ହୋଇଯାଇଥିଲେ।

ଆହୁରି ପଢ଼ନ୍ତୁ: Cows Rescued At Dhamnagar: ୧୬ ନମ୍ବର ଜାତୀୟ ରାଜପଥ ଵିଷ୍ଣୁପୁର ଛକ ନିକଟରୁ ୧୫୦ରୁ ଅଧିକ ଗାଈ ଉଦ୍ଧାର, ଦୁଇଟି ଗୋରୁ ଗାଡ଼ି ଜବତ

ଆହୁରି ପଢ଼ନ୍ତୁ:Loot At Bonai: ମହିଳା ଓ ତାଙ୍କ ଝିଅକୁ ବାନ୍ଧି କୋଟିଏ ଟଙ୍କାର ସୁନା ଓ ନଗଦ ୨୫ ଲକ୍ଷ ଟଙ୍କା ଲୁଟିନେଲେ ପାଞ୍ଚ ମୁଖା ପିନ୍ଧା ଯୁବକ

CRIME