ବୈପାରିଗୁଡ଼ା: କୋରାପୁଟଜିଲ୍ଲା ବୈପାରିଗୁଡ଼ା ବ୍ଲକର ଶିରିବେଡା ପିଏମଶ୍ରୀ ବିଦ୍ୟାଳୟ ହଷ୍ଟେଲର ୩୫ ଜଣ ଅନ୍ତେବାସୀ ପେଟ ବ୍ୟଥାରେ ଆକ୍ରାନ୍ତ ହୋଇଥିବାରୁ ବୈପାରିଗୁଡ଼ା ମେଡ଼ିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ହଷ୍ଟେଲ ଅନ୍ତେବାସୀ ରାତ୍ରି ଭୋଜନ ପରେ ଶୋଇବାକୁ ଯାଇଥିଲେ। ରାତି ପ୍ରାୟ ସାଢେ ୯ଟା ବେଳେ କିଛି ପିଲା ପେଟ ବ୍ୟଥା ହେଉଥିବା ରୋଷେୟାଙ୍କୁ ଜଣେଇ ଥିଲେ। କ୍ରମଶଃ ହଷ୍ଟେଲର ଅଧିକାଂଶ ପିଲା ପେଟ ବ୍ୟଥା ହେଉଥିବା ଜଣେଇବା ପରେ ପ୍ରଧାନ ଶିକ୍ଷକ କୁଳମଣି ଜେନା ତିନୋଟି ବୋଲେରୋ ଗାଡ଼ିରେ ୩୫ ଜଣ ଅନ୍ତେବାସୀଙ୍କୁ ବୈପାରିଗୁଡା ମେଡ଼ିକାଲରେ ଭର୍ତ୍ତି କରିଥିଲେ।
ଆହୁରି ପଢ଼ନ୍ତୁ:Elephant Attack Death ତେଲକୋଇରେ ହାତୀ ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ, ଜଣେ ଗୁରୁତର
ପରୀକ୍ଷା ପରେ ହିଁ ପ୍ରକୃତ ଘଟଣା ଜଣାପଡ଼ିବ
ଆହୁରି ପଢ଼ନ୍ତୁ: Health Minister BJD MLA Assembly ବିଧାନସଭାରେ ବିଜେଡି ବିଧାୟକଙ୍କୁ କଡ଼ା ଜବାବ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ
ବୈପାରିଗୁଡ଼ା ଏବଂ ରାମଗିରି ଡ଼ାକ୍ତରୀ ଦଳ ଶିରିବେଡା ପିଏମଶ୍ରୀ ବିଦ୍ୟାଳୟର ହଷ୍ଟେଲରେ ପହଞ୍ଚି ବାକି ୬ ଜଣ ପିଲାଙ୍କୁ ସ୍ବାସ୍ଥ୍ୟ ପରୀକ୍ଷା କରୁଥିବା ଜଣାପଡିଛି। ଏସଂପର୍କରେ ଡାକ୍ତରଙ୍କୁ ପଚାରିବାରୁ ପରୀକ୍ଷା ପରେ ହିଁ ପ୍ରକୃତ ଘଟଣା ଜଣାପଡ଼ିବ ବୋଲି ପ୍ରକାଶ କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/12/02/boipariguda-hospital-2025-12-02-12-25-13.png)