୫୨୪୮ ଏମବିବିଏସ ଡାକ୍ତର ଓ ୧୨୬ ଜଣ ଦନ୍ତ ଚିକିତ୍ସକଙ୍କୁ ନିଯୁକ୍ତି ଦିଆଯିବ: ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ

ଖାଲିଥିବା ୫୨୪୮ ଏମବିବିଏସ ଡାକ୍ତର ପଦବୀ ପୂରଣ ନିମନ୍ତେ ଲୋକସେବା ଆୟୋଗକୁ ଅନୁରୋଧ କରାଯାଇଛି | ଠିକ୍ ସେହିପରି ୧୨୬ଟି ଦନ୍ତ ଚିକିତ୍ସକଙ୍କୁ ନିଯୁକ୍ତି ନିମନ୍ତେ ଆୟୋଗକୁ ସୁପାରିଶ କରାଯାଇଛି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ।

ଏସ୍‌ସିବିରେ ଦୁଷ୍କର୍ମ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ- ଅଭିଯୁକ୍ତଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ

ଭୁବନେଶ୍ବର: ଚଳିତ ବର୍ଷ ଖାଲିଥିବା ୫୨୪୮ ଏମବିବିଏସ ଡାକ୍ତର ପଦବୀ ପୂରଣ ନିମନ୍ତେ ଲୋକସେବା ଆୟୋଗକୁ ଅନୁରୋଧ କରାଯାଇଛି | ଠିକ୍ ସେହିପରି ୧୨୬ଟି ଦନ୍ତ ଚିକିତ୍ସକଙ୍କୁ ନିଯୁକ୍ତି ନିମନ୍ତେ ଆୟୋଗକୁ ସୁପାରିଶ କରାଯାଇଛି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ।

ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଆହୁରି ସୂଚନା ଦେଇଛନ୍ତି ଯେ ସବୁ ଜିଲ୍ଲାହସ୍ପିଟାଲରେ ଡେ କେୟାର ସେଣ୍ଟର ଓ କେମୋଥେରାପି ବ୍ୟବସ୍ଥା କରାଯିବ। ସାଟେଲାଇଟ ସେଣ୍ଟରର ଉଦ୍ଦେଶ୍ୟ ହେଉଛି, ଯେଉଁ ପୁରୁଣା ଭିତ୍ତିଭୂମି ଅଛି, ତାହା ବ୍ୟବହାର କରିବା ସହ ପ୍ରାଥମିକ ସ୍ୱାସ୍ଥ୍ୟ ସେବା ଯୋଗାଇବା | ଭଦ୍ରକ, ଝାରସୁଗୁଡା, ଢେଙ୍କାନାଳ, କେନ୍ଦ୍ରାପଡ଼ା, ସୁବର୍ଣ୍ଣପୁର, ଦେବଗଡ଼, କଳାହାଣ୍ଡି, ଯାଜପୁର ଓ ବୌଦ୍ଧରେ ସାଟେଲାଇଟ ସେଣ୍ଟର ଖୋଲିବାକୁ ପ୍ରସ୍ତାବ ଆସିଛି। ସାଟେଲାଇଟ ସେଣ୍ଟରରେ ଦଶଟି ଅବଜରଭେସନ ବେଡ଼ ରହିବ। ଜିଲ୍ଲା ହସ୍ପିଟାଲକୁ ରୋଗୀ ସ୍ଥାନାନ୍ତର ଲାଗି କ୍ୟାମ୍ପସରେ ୨୪ଘଣ୍ଟା ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe