ଭୁବନେଶ୍ବର: ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍-୨୦୨୫ ସମ୍ମିଳନୀ ଆଜି ଠାରୁ ଭୁବନେଶ୍ବରରେ ଆରମ୍ଭ ହୋଇଯାଇଛି। ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ ଏହି ଦୁଇ ଦିନିଆ ଶିଳ୍ପ ସମ୍ମିଳନୀ ବୁଧବାର ସନ୍ଧ୍ୟାରେ ଶେଷ ହେବ। ଏହାରି ମଧ୍ୟରେ ଷ୍ଟାର୍ଟଅପ୍ ଓଡ଼ିଶା, ସ୍କିଲ୍ଡ ଇନ୍ ଓଡ଼ିଶା ଓ ମହିଳା ଉଦ୍ୟମିତା ଉପରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହା ବ୍ୟତୀତ ସିଇଓ ରାଉଣ୍ଡ୍ଟେବୁଲ୍, ମହିଳା ନେତୃତ୍ବ ରାଉଣ୍ଡ୍ଟେବୁଲ୍ ଓ ଏଡିଟର୍ସ ରାଉଣ୍ଡ୍ଟେବୁଲ୍ ଅନୁଷ୍ଠିତ ହେଉଛି। କନ୍କ୍ଲେଭ୍ର ପ୍ରଥମ ଦିନରେ ୫ଟି ଓ ଦ୍ବିତୀୟ ଦିନରେ ୧୦ଟି ଅଧିବେଶନ ଅନୁଷ୍ଠିତ ହେଉଛି। ପ୍ରଥମ ଦିନର ଅପରାହ୍ଣ ସୁଦ୍ଧା ୫୪ଟି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିବା ନେଇ ରାଜ୍ୟ ଶିଳ୍ପ ସଚିବ ହେମନ୍ତ ଶର୍ମା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ଏହି ଖବର ପଢ଼ନ୍ତୁ: ଆମେରିକାକୁ କ୍ଷତି ପହଞ୍ଚାଉଛନ୍ତି ଭାରତ-ଚୀନ୍: ଟ୍ରମ୍ପ୍
/sambad/media/media_files/2025/01/28/97o0E0BgrAK9F5OCST7M.jpg)
ଏହି ଖବର ପଢ଼ନ୍ତୁ: ବଜାରରେ ସୁଧାର, ସେନସେକ୍ସ ୫୩୫ ପଏଣ୍ଟ ବୃଦ୍ଧି
ଶ୍ରୀ ଶର୍ମା କହିଛନ୍ତି, ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍-୨୦୨୫ ମାଧ୍ୟମରେ ୪ର ୪.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆସିବ। ଏପର୍ଯ୍ୟନ୍ତ ଆଦାନୀ ଗ୍ରୁପ ସହିତ ବଡ଼ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଏହି ଗ୍ରୁପ ସହିତ ୨.୨୮ ଲକ୍ଷ କୋଟି ଟଙ୍କାର ଏମ୍ଓୟୁ ହୋଇଛି। ସେହିପରି କେନ୍ଦୁଝରରେ ୫ ନିୟୁତ ଟନ୍ର ଷ୍ଟିଲ ପ୍ଲାଣ୍ଟ ପାଇଁ ଜେଏଏସ୍ଡବ୍ଲ୍ୟୁ ଏମ୍ଓୟୁ କରିଛି। ରାଜ୍ୟ ସରକାର ବିର୍ଲା ଗ୍ରୁପ ସହିତ ଏକ ନୂଆ ଏମ୍ଓୟୁ କରିଛନ୍ତି। ଏପର୍ଯ୍ୟନ୍ତ ୧୦୦ରୁ ଊର୍ଦ୍ଧ୍ବ ଇଣ୍ଟେଣ୍ଟ ଆସିଛି। କିନ୍ତୁ ସବୁ ଏମ୍ଓୟୁ କରିବା ସମ୍ଭବପର ନୁହେଁ।
ଏହି ଖବର ପଢ଼ନ୍ତୁ: ଶିଳ୍ପପତିଙ୍କ ପାଇଁ ଓଡ଼ିଶାର ଦ୍ୱାର ସବୁବେଳେ ଖୋଲା ରହିଛି
ସମ୍ମିଳନୀକୁ ଉଦ୍ଘାଟନ କରି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ, ଖୁବ୍ ଶୀଘ୍ର ବିକାଶର ଶିଖର ଛୁଇଁବ ଓଡ଼ିଶା। ଓଡ଼ିଶା ସଶକ୍ତ ଓ ସମୃଦ୍ଧ ହେବ। ଭାରତକୁ ବୁଝିବା ପାଇଁ ଓଡ଼ିଶା ହେଉଛି ପ୍ରକୃଷ୍ଟ ସ୍ଥାନ। ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟରେ ପରିଣତ ହେବ। ଓଡ଼ିଶା ଖୁବ୍ ଶୀଘ୍ର ସେଭଳି ଶୀର୍ଷରେ ପହଞ୍ଚିବ, ଯାହାର କେହି କଳ୍ପନା କରିନାହାନ୍ତି।
/sambad/media/media_files/2025/01/28/gixulwpwsaanwfb.jpg)
୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଓ ୨୦୪୭ ସୁଦ୍ଧା ବିକଶିତ ଭାରତକୁ ନଜରରେ ରଖି ଉତ୍କର୍ଷ ଓଡ଼ିଶା କନ୍କ୍ଲେଭ୍ ପ୍ରସ୍ତୁତ କରାଯାଇଛି। ରାଜ୍ୟର ନିବେଶ ସମ୍ଭାବନା କ୍ଷେତ୍ରଗୁଡ଼ିକୁ ସେଥିରେ ପ୍ରଦର୍ଶିତ କରାଯାଉଛି। ପାରମ୍ପରିକ ଧାତବ, ଖଣି ଓ ଖଣିଜ କ୍ଷେତ୍ର ବ୍ୟତୀତ ଏଥିରେ ବୟନ, ପେଟ୍ରୋକେମିକାଲ୍ସ, ଅକ୍ଷୟ ଶକ୍ତି, ସବୁଜ ଇନ୍ଧନ ଓ ସର୍କୁଲାର ଅର୍ଥନୀତି ଉପରେ ବିଶେଷ ଜୋର ଦିଆଯାଉଛି। ଜାନୁଆରି ୩୦ରେ ମେକ୍ ଇନ୍ ଓଡ଼ିଶା ଏକ୍ସପୋ ସାଧାରଣ ଜନତାଙ୍କ ପରିଦର୍ଶନ ପାଇଁ ଖୋଲାଯିବ। ସେଥିରେ ୧୫୦ରୁ ଅଧିକ ପ୍ରଦର୍ଶନକାରୀ ସେମାନଙ୍କ ଉତ୍ପାଦ, ସେବା ଓ ସମାଧାନ ପ୍ରଦାନ କରିବେ।
ଏହି ଖବର ପଢ଼ନ୍ତୁ: ଜାନୁୟାରୀ ୮ରେ ଆସିଥିଲେ, ଜାନୁୟାରୀ ୨୮ରେ ପୁଣି ଆସିଲେ
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/01/28/a4d28231-c919-4dd8-8da3-9cb8b7dec3fb.jpg)