ଭୁବନେଶ୍ବର: ନିମାପଡ଼ା ବ୍ଲକ୍ ଅନ୍ତର୍ଗତ ବଳଙ୍ଗାରେ ନିଆଁରେ ପୋଡ଼ି ହୋଇଥିବା ନାବାଳିକାଙ୍କୁ ଏମ୍ସର ବର୍ଣ୍ଣ ୟୁନିଟରେ ଭର୍ତ୍ତି କରାଯାଇଛି। ତାଙ୍କର ୭୦ ପ୍ରତିଶତ ଶରୀର ପୋଡ଼ିଯାଇଥିବା ନେଇ ଏମ୍ସ ପକ୍ଷରୁ କୁହାଯାଇଛି। ଏପଟେ ଘଟଣା ଘଟିଥିବା ସ୍ଥାନରେ ପୁରୀ ଏସପି ପିନାକ ମିଶ୍ରଙ୍କ ସହ ଉପଜିଲ୍ଲାପାଳ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ପୁଲିସ ଡିଜି କହିଛନ୍ତି, ଅଭିଯୁକ୍ତମାନଙ୍କୁ ଶୀଘ୍ର ଧରାଯିବ। ପୀଡ଼ିତା ଚିକିତ୍ସାଧୀନ ଥିବାରୁ ପଚରାଉଚରା କରାଯାଇପାରିନି।
ନାବାଳିକାଙ୍କ ପରିବାରକୁ ପ୍ରଶାସନ ସହାୟତାର ହାତ ବଢ଼ାଇଛି। ପୁରୀ ଉପ ଜିଲ୍ଲାପାଳ ୩୦ ହଜାର ଟଙ୍କାର ଚେକ୍ ଦେବା ସହ ନିମାପଡ଼ା ବିଡିଓ ୧୫ ହଜାର ଟଙ୍କାର ସହାୟତା ଦେଇଛନ୍ତି। ଉଭୟେ ପୀଡ଼ିତାଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି।
ନିମାପଡ଼ା ବ୍ଲକ୍ ଅନ୍ତର୍ଗତ ବଳଙ୍ଗାରେ ନିଆଁରେ ପୋଡ଼ି ହୋଇଥିବା ନାବାଳିକାଙ୍କୁ ଏମ୍ସର ବର୍ଣ୍ଣ ୟୁନିଟରେ ଭର୍ତ୍ତି କରାଯାଇଛି। ତାଙ୍କର ୭୦ ପ୍ରତିଶତ ଶରୀର ପୋଡ଼ିଯାଇଥିବା ନେଇ ଏମ୍ସ ପକ୍ଷରୁ କୁହାଯାଇଛି। ଏପଟେ ଘଟଣା ଘଟିଥିବା ସ୍ଥାନରେ ପୁରୀ ଏସପି ପିନାକ ମିଶ୍ରଙ୍କ ସହ ଉପଜିଲ୍ଲାପାଳ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ପୁଲିସ ଡିଜି କହିଛନ୍ତି, ଅଭିଯୁକ୍ତମାନଙ୍କୁ ଶୀଘ୍ର ଧରାଯିବ। ପୀଡ଼ିତା ଚିକିତ୍ସାଧୀନ ଥିବାରୁ ପଚରାଉଚରା କରାଯାଇପାରିନି।
ଏଣେ ଏହି ଘଟଣାରେ ତୀବ୍ର ଉଦବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଦୋଷୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
Follow Us